ମେଷ:-ଶରୀର ସୁସ୍ଥ ରହିବ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରି ପାରିବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ ସମ୍ମାନ ମିଳିବ। ବ୍ୟବସାୟରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ଶତୃଙ୍କ ସହିତ ମୁକାବିଲା କରି ବହୁତ ପଇସା ଇନକମ୍ କରି ପାରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହୋଇ ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ କରି ପାରିବେ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବା ଫଳରେ ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। କର୍ମକ୍ଷେତ୍ରରେ ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିପାରେ। ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିଲେ ହସଖୁସିରେ ସମୟ ବ୍ୟତୀତ ହେବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ। ଅଚାନକ ଭାବରେ ଧନ ଲାଭ ହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନାରେ ସଫଳ ହେବେ।ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। କର୍ମକ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। କଳା, ସାହିତ୍ୟ, ନୃତ୍ୟ, ଗୀତ ଓ ଚଳଚିତ୍ରରେ ସଫଳତା ହାସଲ କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ରାଜନୀତିରେ ସଫଳତା ପାଇବେ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ବାଣିଜ୍ୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ।ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-କର୍ମକ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ବିଚ୍ଛା:-ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ପାରେ। ପରିବାରରେ ମାନ ମନାନ୍ତର ଦୂର ହୋଇ ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆସ୍ୱସ୍ତି ଲାଭ କରିବେ। ରାଜନୀତି କ୍ଷେତ୍ରରେ ଯଶଲାଭ, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ଧନୁ:-କର୍ମକ୍ଷେତ୍ରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ସହକର୍ମୀ ଓ ବିଭାଗୀୟ ଅଧିକାରୀ ମାନଙ୍କସହ ସମ୍ବନ୍ଧରେ ଦୃଢତା ସୃଷ୍ଟିହେବ। ଯୋଜନା ମୁତବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପିଲାଙ୍କ ପାଠ ପଢା ସମସ୍ୟା ନେଇ ମନ ଅସ୍ଥିର ରହିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ଶୁଭ ସମ୍ବାଦ ପାଇ ଖୁସିହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ। ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ଆର୍ଥିକ ଦିଗରୁ ସୁବିଧା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।