ଦୈନିକ ରାଶିଫଳ: 13 ଜାନୁୟାରୀ 2025, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ଆତ୍ମୀୟ ଲୋକଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଶୁଭ ସମାଚାର ମିଳିପାରେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ନୂଆ ଚାକିରୀ ମଧ୍ୟ ମିଳିପାରେ। କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟ ଠିକ୍ ତୁଲେଇବା ଫଳରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତି ସ୍ତରରେ ଅଳ୍ପରେ ସନ୍ତୁଷ୍ଟ ହୋଇ ମୁଣ୍ଡ ଉଚ୍ଚା ରହିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳ କ୍ରମେ ସମାଧାନ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ଶୁଭ କାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଅଚାନକ ଧନ ପ୍ରାପ୍ତି ହୋଇ ଆର୍ଥିକ ଉନ୍ନତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ। ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀ ମାନଙ୍କର ସମର୍ଥନ ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ଶୁଭ ସମାଚାର ଶୁଣିବାକୁ ମିଳିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ନୂତନ ବନ୍ଧୁ ଭେଟ ହେବା ଫଳରେ ମନସନ୍ତୁଷ୍ଟ ରହିବ। କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ତିଳକ ଚନ୍ଦନ ଧାରଣ କରନ୍ତୁ।

ମକର:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ ଓ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ। ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କଲେ ଆର୍ଥିକ ସ୍ଥିତି ବହୁତ ସୁଦୃଢ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ଉନ୍ନତି ହେବ। ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଇଷ୍ଟ ପ୍ରାପ୍ତ ହେବାର ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହି ହେବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ମୀନ:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ମାନସିକ ଅଶାନ୍ତି ଦୂର ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!