ମେଷ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ନିଜ ଲୋକମାନେ ହିଁ କାମରେ ଆସିବେ। ବ୍ୟବସାୟରେ ଉନ୍ନତି ହେବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ସବୁଥିରେ ସଫଳତା ମିଳିବା ଫଳରେ ଆତ୍ମକେନ୍ଦ୍ରିତ ହୋଇଯିବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ରାଜନୀତି କ୍ଷେତ୍ରରେ ଉତ୍ସାହବର୍ଦ୍ଧକ ସମାଚାର ପ୍ରାପ୍ତି ହେବ। ବହୁତ ଦିନର ଚିନ୍ତା ସମାପ୍ତ ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ପରିବାରର ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚାନ୍ତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ଖର୍ଚ୍ଚର ଚିଠା ପ୍ରସ୍ତୁତ କରିବେ। ଧାର୍ମିକ କ୍ଷେତ୍ରରେ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଉଚ୍ଚ ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଭାଇମାନଙ୍କ ଠାରୁ ଲାଭ ମିଳିବ। ଶତୃ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବନ୍ଧୁ ମିତ୍ରଙ୍କ ଆଗମନ ଫଳରେ ଘରର ପରିବେଶ ଆନନ୍ଦ ଦାୟକ ହେବ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ଆଜି ମିଛ କହିବା ଠାରୁ ଦୂରେଇ ରହିବା ଉଚିତ୍। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ମନ ଓ ଶରୀର ଭଲ ରହିବ। ବ୍ୟବସାୟକୁ ବିସ୍ତାର କରିବା ପାଇଁ ସହଜ ସରଳ ହେବ। ନୂତନ ନିଯୁକ୍ତି ପାଇବାର ସୁଯୋଗ ପାଇ ଉତ୍ସାହିତ ହେବେ। ପ୍ରେମ ବିବାହ ପାଇଁ ପରିବାରର ସହମତି ମିଳିଯିବା ଫଳରେ ଆନନ୍ଦିତ ହେବେ। ଜାଗା ଜମି ଗାଡିମୋଟର ଓ ନୂତନ ସମ୍ପତ୍ତି କିଣିପାରିବେ। ନିଜର ଇଚ୍ଛା ପୂରଣ କରିବାକୁ ଆପ୍ରାଣ ଚେଷ୍ଟା କରିବେ। ଇଞ୍ଜିନିୟରିଂ ଛାତ୍ରମାନେ ଚାକିରି ପାଇବାର ସୂଚନା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-କଳା ସଙ୍ଗୀତ ପ୍ରତି ଆଗ୍ରହ ବୃଦ୍ଧି ପାଇବା ସହ ଦିନଟି ବହୁତ ଭଲରେ କଟିବ। ସହକର୍ମୀ ମାନଙ୍କ ସହିତ ଭଲ ସମ୍ପର୍କ ରହିବ ଓ ନିଜର ଦକ୍ଷତା ବୃଦ୍ଧି ପାଇବ। ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ବୃଦ୍ଧି ପାଇବା ଫଳରେ ପାରିବାରିକ ଜୀବନ ମଧୁମୟ ହେବ। ଛାତ୍ରଛାତ୍ରୀମାନେ ସେମାନଙ୍କ କ୍ୟାରିଅରରେ କିଛି ପରିବର୍ତ୍ତନ କରିପାରିବେ। ସ୍ୱାର୍ଥପର ଲୋକଙ୍କ ସହିତ ମିଶିବା ଯୋଗେ ଅସୁବିଧା ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-ସରକାରୀ କ୍ଷେତ୍ରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଉଦ୍ୟମ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ।ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବା ଫଳରେ ଆର୍ଥିକସ୍ଥିତି ମଜବୁତ୍ ହେବ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବା ସହ ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ମକର:-ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମ କ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ପରିବାରରେ ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ପାଇ ନୂଆ କାମ ନୂଆ ପ୍ରେରଣା ଦେବ। କର୍ମକ୍ଷେତ୍ରରେ ଅଧିକ ସମୟ କାମ କରିବାକୁ ପଡିବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ରାଜନୀତିରେ ସଫଳତା ମିଳିବ। ବିଦ୍ୟାକ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ଶୁଭ ବା ମଙ୍ଗଳ କାମର ଆୟୋଜନ କରିପାରିବେ। ଶତୃ ଓ ବିରୋଧୀ ମାନେ ପରାସ୍ତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ପ୍ରତିକାର-ହଳଦୀ ଚନ୍ଦନ ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।