ଦୈନିକ ରାଶିଫଳ: 13 ଜୁଲାଇ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇବେ। ଆର୍ଥିକସ୍ଥିତି ଭଲ ରହିବା ଫଳରେ ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ଶାନ୍ତି ପାଇବା ସହ ଅଧୁରା କାର୍ଯ୍ୟ ପୂରଣ ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବାସହ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଦୁଃଖୀ ଲୋକଙ୍କୁ ସାହାରା ହେବେ ଓ ବିଦ୍ୟା କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ପରିଶ୍ରମର ସୁଫଳ ଭୋଗ କରିବାସହ ଧନ ସମ୍ପତିରେ ଘର ହସି ଉଠିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଜାଗାଜମି, ଗୃହ ଉପକରଣ କ୍ରୟ କରିବାସହ ମାନସିକ ଶାନ୍ତି ବୃଦ୍ଧି ପାଇପାରେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ବାହନଆଦି କ୍ରୟ କରିବାପାଇଁ ଯୋଗାଯୋଗ କରିପାରିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଅଧୁରା କାର୍ଯ୍ୟ ପୂରଣ ହେବ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ରାଜନୀତିରେ ଯାତ୍ରାରେ ସମୟ କଟିବ କିନ୍ତୁ ଲାଭ ପାଇ ପ୍ରସଂଶିତ ହେବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଦୌଡ ଧୂପରେ ଶାନ୍ତି ଅନୁଭବ କରିବେ। ଆପଣଙ୍କ ବିରୋଧରେ କେହି ଶତ୍ରୁ ଗୁପ୍ତ ଯୋଜନା ବା ଷଡଯନ୍ତ୍ର କରି ପାରନ୍ତି। ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ବ୍ୟବସାୟରେ କ୍ଷତି ସହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଶିକ୍ଷାର୍ଥୀ ମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ବ୍ୟବସାୟୀ ମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ। ସାଧାରଣ ବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। କର୍ମମୁଖରତା ଯୋଗେ ଇଛାକରି କେତେକକାର୍ଯ୍ୟ ଅଧାରେ ଅଟକି ଯାଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶତୃଙ୍କ ସହିତ ମୁକାବିଲା କରି ପାରିବେ। ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ।ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସାପାଇବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସରକାରୀ କାମରେ ସଫଳତା ପାଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ପ୍ରତିକାର- ଦିବ୍ୟାଙ୍ଗଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ରାଜନୀତିରେ ଉନ୍ନତି ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ଆଗେଇବେ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!