ମେଷ:-ସ୍ୱାସ୍ଥ୍ୟ ଉତ୍ତମ ରହିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ରାଜନୀତି କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ନୂତନ ଦ୍ରବ୍ୟ କ୍ରୟ ବିକ୍ରୟ କରି ଆଶାତୀତ ଲାଭ ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଯୋଗେ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। ପରିବାରରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବା ଫଳରେ ଶାନ୍ତିପାଇବେ। ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ପରିବାରରେ ଜଗିରଖି କଥାବାର୍ତ୍ତା କରିବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ପ୍ରେରଣା ପାଇ ଉତ୍ସାହିତ ହେବେ। ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ବିଦ୍ୟାକ୍ଷେତ୍ର ରେ ଆଶାଜନକ ସଫଳତା ହାସଲ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳହେବ। ବାଦବିବାଦ, ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତକର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନହେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ।ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ଧନୁ:-ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ନିଜଆଚାର ବ୍ୟବହାରରେ ସନ୍ତୋଷ ହୋଇ ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମକର:-ସ୍ୱାସ୍ଥ୍ୟ ଠିକ୍ ରହିବ। ଦୂରଯାତ୍ରା ବା ବିଦେଶ ଯାତ୍ରାରେ ସୁଖ ଶାନ୍ତି, ଯଶ ଲାଭହେବା ସହ ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ।ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବଡ ଧରଣର ବ୍ୟବସାୟ ହାତକୁ ନେବେ। ରାଜନୈତିକ କ୍ଷେତ୍ରରେ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଉନ୍ନତି ହେବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ନୂତନଜାଗାର ନିମନ୍ତ୍ରଣ ଆସିବ। ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିର ସମ୍ମୁଖୀନ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।
ମୀନ:-ସନ୍ତାନ ସୁଖରେ ସୁଖୀ ହେବେ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ। ନିଜଆଚାର ବ୍ୟବହାରରେ ସନ୍ତୋଷ ଜନକ ହେବା ଦ୍ଵାରା ଗୁରୁଜନଙ୍କ ବିଶ୍ବାସ ଭାଜନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରିପାରିବେ। ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।