ମେଷ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଆଖପାଖର ଲୋକମାନେ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ରାଜନୀତି କ୍ଷେତ୍ରରେ ପଦ ପ୍ରତିଷ୍ଠା ପ୍ରାପ୍ତି ହେବ। ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତିହେବ। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। କର୍ମକ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସମସ୍ୟା ଦୂର ହୋଇ ସମ୍ମାନୀତ ହେବେ। ଜଣେ ବନ୍ଧୁଙ୍କଠାରୁ ସହଯୋଗ ପାଇବେ। କେତେକ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। ସତର୍କତା ଅବଲମ୍ବନ ନକଲେ ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ନୂତନବ୍ୟବସାୟ ଆରମ୍ଭ କରି ପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ ଓ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ତୁଳା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ ଓ ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ। ଯତ୍ନର ସହିତ ବୈଦୁତିକ ଉପକରଣ ବ୍ୟବହାର କରନ୍ତୁ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବା ସହ ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ଭଲଲାଭ ମିଳିବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂତନ ଯୋଜନାରେ ସଫଳତା ମିଳିବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ଧନୁ:-ଶତୃ, ରୋଗ, ଋଣରୁ ମୁକ୍ତି ହେବାର ବାଟ ଖୋଲି ଯିବ। ବିଦେଶ ଯାତ୍ରାରେ ସଫଳ ହେବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଙ୍କ ଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଛାତ୍ର ଛାତ୍ରୀମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମକର:-ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ ଓ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ହେବା ଫଳରେ ମାନସିକ ସ୍ଥିରତା ଆସିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ଧର୍ମ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ ତଳୁ ଉପର ସ୍ତରଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବା ସହ ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଅଯଥାଧନ ଖର୍ଚ୍ଚହୋଇଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ। ସ୍ୱାସ୍ଥ୍ୟର ଯତ୍ନ ନେବାକୁ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନକର୍ମ ଆରମ୍ଭ କଲେ ସଫଳ ହେବେ। ଆୟର ସ୍ରୋତ ଖୋଲିଯିବ। କର୍ମକ୍ଷେତ୍ରରେ ଉନ୍ନତି ହେବ। ହସଖୁସିରେ ସମୟ ବିତାଇବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
