ଦୈନିକ ରାଶିଫଳ: 13 ଡିସେମ୍ବର 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମାଜସେବା କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ରାଜନୀତି କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଶାରୀରିକ କଷ୍ଟ ଦୂର ହେବ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖା ଦେଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ। ଛାତ୍ରଛାତ୍ରୀମାନଙ୍କର ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ବିଦ୍ୟା କ୍ଷେତ୍ରରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କର୍ମ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ଆତ୍ମୀୟଙ୍କ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରି ଯାଇ ସୁଖ, ସମ୍ପତ୍ତି ଲାଭ ହେବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଯୋଗାଯୋଗ ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସି ହେବେ। ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କର୍ମକ୍ଷେତ୍ରରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ଛାତ୍ରଛାତ୍ରୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହୋଇପାରେ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଅଟକିଥିବା କାର୍ଯ୍ୟ ସହଜରେ ପୂରଣ କରି ପାରିବେ। ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସାମାଜିକ କାର୍ଯ୍ୟରେ ବିଜୟୀ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ ମାନ ସମ୍ମାନ ମିଳିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇ ପାରେ। ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି। ଗୃହୋପକରଣ କ୍ରୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!