ଦୈନିକ ରାଶିଫଳ: 13 ନଭେମ୍ବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ମାନସିକ ଅଶାନ୍ତି ଦୂର ହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରିରୀକ ଅସୁସ୍ଥତା ଦୂର ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ହରାଇଥିବା ଧନ ପ୍ରାପ୍ତି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର- ଶ୍ଵେତଚନ୍ଦନ ଟିକେ ମୁଣ୍ଡରେ ଲଗାନ୍ତୁ।

ମିଥୁନ:-ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ପ୍ରାପ୍ତିହେବ। ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଓ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଶରୀର ଭଲ ରହିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ଛାତ୍ରଛାତ୍ରୀମାନେ ଆମୋଦ ପ୍ରମୋଦ ମନୋରଞ୍ଜନ କାର୍ଯ୍ୟରେ ମାତି ଅନ୍ୟ ମନସ୍କ ରହି ପାରନ୍ତି। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟନେଇ ଆର୍ଥିକ ଅନାଟନ ମଧ୍ୟରେ ଅଣନିଃଶ୍ୱାସୀ ମନେ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଉଚ୍ଚ ଆଶାରେ ଆଗେଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ହେବ ଓ ବନ୍ଧୁ ସମାଗମ ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତି ହେବ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

ମକର:-ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ନୂତନ ଦ୍ରବ୍ୟାଦି ଲାଭ ହେବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।

କୁମ୍ଭ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପରିବାରରେ ସୁଖଭୋଗ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ସ୍ଥଗିତଥିବା କର୍ମଟି ପୂରଣ ହେବା ପାଇଁ ଆର୍ଥିକ ସଙ୍କଟ ଦେଖାଦେବ। ରାଜନେତାମାନେ ଉତ୍ସାହିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!