ଦୈନିକ ରାଶିଫଳ: 13 ଫେବୃୟାରି 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମ କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବାସହ ଅଧସ୍ତନକର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ।ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେଲେ ମଧ୍ୟ ଖର୍ଚ୍ଚ ଅଧିକହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ସହଯୋଗୀ ମାନଙ୍କ ଯୋଗୁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଘରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ପଡାପଡୋଶୀ ଓ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ସାଧାରଣ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବୃଦ୍ଧି ପାଇପାରେ। ବାକ୍ ସଂଯମତା ନ ରହିଲେ ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେବ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସାମାଜସେବା କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ସହ ଆନନ୍ଦମୟ ମୁହୂର୍ତ୍ତ କଟିବ। ବନ୍ଧୁଙ୍କ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବା ସହ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ। ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ହେବା ସହ ସ୍ଥଗିତଥିବା କର୍ମଟି ପୂରଣ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସି ହେବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବ୍ୟବସାୟିକ କ୍ଷେତ୍ରରେ ଆୟରସ୍ରୋତ ଖୋଲିଯିବା ସହ ଧନମାନ ଦିଗରୁ ସୁରକ୍ଷିତ ରହିବେ ଓ ମାନସିକଶାନ୍ତି ମିଳିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କର୍ମକ୍ଷେତ୍ରରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ସଫଳତା ମିଳିବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତିର ସୂଚନା ପାଇ ମନ ଆନନ୍ଦ ହେବ। ବନ୍ଧୁଙ୍କ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!