ଦୈନିକ ରାଶିଫଳ: 13 ମଇ 2025, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି 3 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେଇ ପାରେ। ବ୍ୟବସାୟରେ ଅଧିକ ପରିଶ୍ରମ କରି ଉଚିତ୍ ଲାଭ ପାଇବେ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ। କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢି ପାରିବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ନିଜ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ଶତ୍ରୁହାନି, ଉଚ୍ଚପ୍ରଶଂସାଲାଭ, ଦମ୍ଭସାହସବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ସହ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ଶାରିରୀକ ଅସୁସ୍ଥତା ଦୂରହେବାସହ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଯୋଗେ ଉପରିସ୍ଥଙ୍କ ଶ୍ରଦ୍ଧା ଓ କୃପାଭାଜନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ପିଲାମାନଙ୍କ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ। ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କୋଲସମ୍ପର୍କ ବୃଦ୍ଧି ସହ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ଶାରିରୀକ ଅସୁସ୍ଥତା ଦୂରହେବା ସହ ମାନସିକ ଦୁଶ୍ଚିନ୍ତା ଦୁରହେବ। ନିଜର ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିପାରିବେ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଆମଦାନୀ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବାସହ ପାରିବାରିକ ପତିଆରା ଭଲ ରହିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଶତୃବଧା ଦୂରେଇ ଯିବା ଫଳରେ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବା ସହ ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଦୂରଯାତ୍ରାର ସୁଯୋଗ ପାଇ ନୂତନ ଦ୍ରବ୍ୟ କ୍ରୟ କରିପାରିବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ ଓ ମାନସମ୍ମ।ନ ବଜାୟ ରହିବ। ଶାରିରୀକ ଅସୁସ୍ଥତା ଦୂରହେବା ସହ ଆକସ୍ମିକ ଅର୍ଥ ପାଇବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହେବା ସହ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ଓ ସାମାଜିକ ସ୍ଥିତି ବଜାୟ ରହିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟରେ ଉନ୍ନତି ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ। ଉନ୍ନତିମୂଳକ ପଦକ୍ଷେପ ନେଇ କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ମନ ଅଶାନ୍ତି ରହି ପାରେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଆର୍ଥିକ ଉନ୍ନତି ସହ ନୂତନ ଯୋଜନାରେ ସଫଳତା ମିଳିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ପାରିବେ। ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ ସହଜରେ ପୂର୍ଣ୍ଣ ହେବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ଶତୃନାଶ, ଧନପ୍ରାପ୍ତି ଓ ଉଚ୍ଚ ସମ୍ମାନ ପାଇବେ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ହେବ। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ, ମୂଲ୍ୟବାନ ପଦାର୍ଥ କ୍ରୟ କରି ପାରନ୍ତି। ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରି ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!