ଦୈନିକ ରାଶିଫଳ: 13 ସେପ୍ଟେମ୍ବର 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ। କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ପଢିବା, ପଢେଇବା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ରାଜନୀତିରେ କର୍ମୀମାନଙ୍କ ଠାରୁ ପ୍ରଶଂସିତ ହେବେ। ଗଲାକଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃମାନେ ପରାଜିତ ହେବେ। ବିଦ୍ୟାରେ ଉନ୍ନତିହେବା ସହ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ଉଧାର ଦେଇଥିବା ଟଙ୍କା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। କୌଣସି ଶୁଭ ସମାଚାର ଶୁଣିବାକୁ ହେବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ମାନସିକ ଅଶାନ୍ତି ଦୂରେଇଯିବ। କର୍ମକ୍ଷେତ୍ରରେ ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ। ଶତୃମାନେ ପରାଜିତ ହେବେ।

କର୍କଟ:-ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥାକହି କାର୍ଯ୍ୟ ହାସଲ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ଓ ସମୟ ଆନନ୍ଦ ମୟହେବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପରିବାରରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳି ଯିବ। ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ। କିନ୍ତୁ ଗାମ୍ଭୀର୍ଯ୍ୟପୂର୍ଣ୍ଣ ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇ ପାରିବ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ସମାଜ ସେବା କ୍ଷେତ୍ରରେ ଉଡା ଖବର ଶୁଣି ମନ ଭଲ ରହିବ ନାହିଁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ି ପାରେ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। କରଜ ଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ମୀନ:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ଅଟକି ରହିଥିବା କର୍ମଗୁଡ଼ିକ ସହଜରେ ସମ୍ପାଦନ କରିବେ। ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!