ଦୈନିକ ରାଶିଫଳ: 13 ସେପ୍ଟେମ୍ବର 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ। ପାରିବାରିକ କାମକୁ ଶୃଙ୍ଖଳିତ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମ ମୁଖରତା ଯୋଗେ ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହୋଇ ଆର୍ଥୀକ ଉନ୍ନତି ଘଟିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ଶତୃମାନେ ଦୂରେଇ ଯିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ। ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ସକରାତ୍ମକ ପରିବର୍ତ୍ତନ ଅନୁଭବ କରିବାସହ ଅର୍ଥସଞ୍ଚୟ କରିବାରେ ବହୁତ ଯତ୍ନବାନ ହେବେ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ ଓ ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ରାଜନୀତି କ୍ଷେତ୍ରରେ ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜୀବନସାଥିଙ୍କ ସହ ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଅଧସ୍ତନ କର୍ମୀ ଓ ସହଯୋଗୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ। ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରିପାରିବେ। ସଂଘର୍ଷ ଦ୍ୱାରା ସଫଳତା ମିଳିବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିପାରନ୍ତି। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ ଓ ପାରିବାରିକ ଜୀବନ ସୁଖମୟ ହେବ। ରାଜନେତାଙ୍କର ସମାଜିକ ସ୍ତରରେ ଓ ସାଧାରଣରେ ଖ୍ୟାତି ବୃଦ୍ଧି ପାଇବ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବା ସହ ଛାତ୍ରଛାତ୍ରୀମାନେ ଖୁସି ହେବେ।ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶୁଭ ସମାଚାର ଶୁଣିବାକୁ ମିଳିବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବାସହ ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!