ଦୈନିକ ରାଶିଫଳ: 14 ଅକ୍ଟୋବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅର୍ଥସମ୍ପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭ ହେବାସହ ଧନମାନ ଦିଗରୁ ସୁରକ୍ଷିତ ରହିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବବାସହ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକାଟିଏ ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରି ଆନନ୍ଦିତ ହେବେ। ଗୃହସମସ୍ୟା ସମାଧାନ କରିପାରିବେ ଓ ଘନିଷ୍ଠ ଲୋକମାନେ ସାହାଯ୍ୟ ସହଯୋଗ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ଠିକାକାମରେ ନିଯୁକ୍ତ ଲୋକଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସମସ୍ତ ପ୍ରକାର ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ ଓ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବାସହ ହସଖୁସିରେ ସମୟ ବିତାଇବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବାସହ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଉତ୍ତମ ରୋଜଗାର ମିଳିବା ସହ ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ଜୀବନସାଥୀଙ୍କ ସହିତ ସମ୍ପର୍କ ଦୃଢହେବାସହ ଦାମ୍ପତ୍ୟସୁଖରେ ଆନନ୍ଦିତ ହେବେ। ବିବାହ ଯୋଗ୍ୟ ସନ୍ତାନର ବିବାହ ବିଷୟରେ ଆଲୋଚନା ହୋଇପାରେ। ଆତ୍ମ ସମ୍ମାନ ଉପରେ ଆପୋଷ ବୁଝାମଣା କରନ୍ତୁ ନାହିଁ। ପାରିବାରିକ ଚାପର ସମ୍ମୁଖୀନ ହେବାକୁ ପଡିବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ପ୍ରତିଷ୍ଠାର ଅଧିକାରୀ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ କ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ସମସ୍ତ ସଦସ୍ୟ ଆପଣଙ୍କର ପ୍ରଶଂସା କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଲୋକମାନଙ୍କ ସହିତ ମିଳିମିଶି କାମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ଶତ୍ରୁଙ୍କ ସହ ଯତ୍ନର ସହିତ ମୁକାବିଲା କରିବା ଲାଭ ଦାୟକ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-ବାସସ୍ଥାନ ବା ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଦାମ୍ପତ୍ୟ ସଂପର୍କରେ ପରସ୍ପର ପ୍ରତି ସମର୍ପିତ ହୋଇ ଶାନ୍ତି ପାଇବେ। ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ମନ ଖୁସି ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତିହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପରିବାର ସଦସ୍ୟଙ୍କ ସହିତ ଖୁସିରେ ସମୟ ଅତିବାହିତ କରିପାରିବେ। ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ପାରିବାରିକ ଜୀବନରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିପାରନ୍ତି। ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ। ଅନ୍ୟର ପ୍ରଭାବରେ ପ୍ରଭାବିତ ହୋଇ କୌଣସି ନିଷ୍ପତ୍ତି ନେବା ଠାରୁ ଦୂରେଇ ରୁହନ୍ତୁ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ବ୍ୟବସାୟରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀ ହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଶରୀର ସୁସ୍ଥ ରହିବାସହ ପ୍ରଶାସନିକ କାର୍ଯ୍ୟରେ ପ୍ରବଳ ଉନ୍ନତି ହେବାର ସମ୍ଭାବନା ଅଛି। ଟଙ୍କାର ଆବଶ୍ୟକତା ପୂରଣ ହୋଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବାସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମଚାରୀ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!