ଦୈନିକ ରାଶିଫଳ: 14 ଅଗଷ୍ଟ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟ ଭଲ ରହିବା ସହ ଅର୍ଥଲାଭ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟୀମାନେ ସ୍ଥଳବିଶେଷରେ ଅଧିକ ପରିଶ୍ରମ ବିନା ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। କର୍ମକ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ।ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ଅନେକ ଶୁଭକର୍ମର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚପ୍ରଶଂସା ଲାଭ ଓ ଅଟକିଥିବା ଧନ ମିଳି ଯିବ। ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ବିଜୟ ଲାଭ କରିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବ ନାହିଁ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ହୋଇପାରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବା ଫଳରେ ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହ ଯୋଗ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ସାମାଜିକ କାର୍ଯ୍ୟରେ ଯୋଗ ଦେଲେ ସଫଳତା ମିଳିବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। କର୍ମଚାରୀଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ଦୂରଯାତ୍ରାର ସୁଯୋଗ ପାଇବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ। ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଶତୃମାନେ ପରାଜିତ ହେବାସହ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ ଓ ସବୁଥିରେ ସଫଳତା ମିଳିବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବା ଫଳରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷାକ୍ଷେତ୍ରରେ ସମ୍ମାନିତ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ପିଲାଙ୍କ ସଫଳତାରେ ଖୁସିହେବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!