ଦୈନିକ ରାଶିଫଳ: 14 ଏପ୍ରିଲ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। କର୍ମକ୍ଷେତ୍ରରେ ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରିବେ। ସ୍ୱାସ୍ଥ୍ୟ ପାଇଁ ଅଧିକରୁ ଅଧିକ ସତର୍କ ରହିବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହୋଇ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇ ନେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ପରିବାରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ବନ୍ଧୁବାନ୍ଧବ ମାନଙ୍କ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସୁଖଶାନ୍ତି ଲାଭ ହେବା ସହ ଆତ୍ମୀୟବର୍ଗରେ ଉନ୍ନତି ହେବ। ଆର୍ଥିକ ବୃଦ୍ଧି ହେବା ଫଳରେ ସ୍ଥାନମାନ ପ୍ରତି ବିପଦ କଟିଯିବ। ରାଜନୈତିକ କ୍ଷେତ୍ରରେ ଟାଣୁଆନେତା, ପୁରୁଖାନେତାଙ୍କ ପାଇଁ ଆଶା ଉଜ୍ଵଳ ହେବାର ଦେଖାଦେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ପରିବାରରେ ସମୟ ବିତେଇ ପାରିଲେ ସନ୍ତାନ ଓ ଭାଇମାନଙ୍କ ଠାରୁ ଲାଭ ମିଳିବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। କୌଣସି ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଧନ ଲାଭ ହେବା ସହିତ ଉନ୍ନତି କରିବେ। ବ୍ୟବସାୟିମାନେ ବହୁତ ଲାଭ ଉଠାଇ ପାରିବେ। କର୍ମ କ୍ଷେତ୍ରରେ ଦାଇତ୍ଵ ବଢିବା ସହ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ମାଆ ବାପା ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ।ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଶୁଭଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ।ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଧାର୍ମିକ, ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କଲେ ବିପଦରେ ପଡି ପାରନ୍ତି। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇପାରେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଅନୁଭବ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭାକାଙ୍ଖିମାନେ ସହଯୋଗ କରି ପାରନ୍ତି। ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। କର୍ମରେ ଉନ୍ନତି ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ରାଜନୈତିକ କ୍ଷେତ୍ରରେ ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବା ଦ୍ଵାରା ମାନସିକ ଶାନ୍ତି ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କେତେକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!