ଦୈନିକ ରାଶିଫଳ: 14 ଜାନୁୟାରୀ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଉଚିତ୍ ପନ୍ଥା ଗ୍ରହଣ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଶ୍ରମିକ ଓ କର୍ମଚାରୀମାନେ ଖାମଖିଆଲ କରି ସ୍ଥଳ ବିଶେଷରେ ବିଦ୍ରୋହ ବା ଅଶାନ୍ତିର ମୁହାଁମୂହିଁ ହୋଇ ପାରନ୍ତି। ମିଷ୍ଟାନ ଭୋଜନ ପ୍ରାପ୍ତି ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହୋଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସତର୍କ ନହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। କର୍ମକ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବା ଯୋଗେ ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଧର୍ମ କାର୍ଯ୍ୟରେ ମନ ବଳେଇ ଦେବଦର୍ଶନ କରି ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହୋଇ ମାନସିକ ଶାନ୍ତି ମିଳିବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଅନେକଶୁଭକର୍ମର ସୁଯୋଗ ପାଇବେ। ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଅଧସ୍ତନକର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବା ସହ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇ ପାରନ୍ତି। ପରିଶ୍ରମର ସୁଫଳ ଭୋଗ କରିବେ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରି ହେବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇ ପାରନ୍ତି। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶି ଯିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!