ଦୈନିକ ରାଶିଫଳ: 14 ଜୁଲାଇ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଖାଦ୍ୟପେୟରେ ଅବହେଳା ସ୍ଵାସ୍ଥ୍ୟହାନିର କାରଣ ହେବ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବାସହ ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଆର୍ଥିକ ଦିଗରୁ ସୁବିଧା ହୋଇଯିବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଗୃହନିର୍ମାଣ, ଜମିଜମା କ୍ରୟବିକ୍ରୟ, ସେୟାରବଜାର, ଜୁଆ, ଲଟେରୀ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ଯଶ କୀର୍ତ୍ତିରେ ଉନ୍ନତି ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ଧର୍ମ-କର୍ମରେ ରୁଚି ରହିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହୋଇ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ବିଦେଶ ଯାତ୍ରାରେ ଲାଭବାନ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ସନ୍ତାନଙ୍କ ଯୋଗେ ମାନସିକ ଚିନ୍ତା ଦେଖାଦେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ବରିଷ୍ଠ ବ୍ୟକ୍ତିଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-କୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। କାରଣ ନିଜେ କରୁଥିବା କାର୍ଯ୍ୟର ଅନ୍ୟଲୋକ ଫାଇଦା ଉଠାଇବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବା ଫଳରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଦୌଡ ଧୂପରେ ଶାନ୍ତି ଅନୁଭବ କରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରିବା ସହ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଅଧ୍ୟୟନରେ ମନ୍ଥର ହେବା ଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ସମାଜ ସେବା ଓ ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରିକ୍ଷାରେ ପ୍ରଶଂସା ପାଇବେ।କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଆର୍ଥିକ ଅନାଟନ ମଧ୍ୟରେ ଅଣନିଃଶ୍ଵାସୀ ମନେ କରିବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସୁଖ ସମ୍ପଦ ପ୍ରାପ୍ତି ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇବେ ଓ ଉଚିତ୍ ପନ୍ଥା ଗ୍ରହଣ କଲେ ରୋଜଗାର ସମସ୍ୟା ସୁଧୁରି ଯିବ। ଦୂର ସ୍ଥାନକୁ ଯାତ୍ରା କରିବେ ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ପ୍ରତିକାର- ଦିବ୍ୟାଙ୍ଗଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-କେହି କୌଣସି କ୍ଷତି କରି ପାରିବେ ନାହିଁ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!