ମେଷ:-କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ରାଜନୀତିରେ କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।
ବୃଷ:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ଶୁଭକାର୍ଯ୍ୟର ଆୟୋଜନ କରିପାରିବେ। ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଅନେକ ସମସ୍ୟା ସମାଧାନ ହୋଇ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର- ଧଳାରୁମାଲ ଟିଏ ପାଖରେ ରଖନ୍ତୁ।
ମିଥୁନ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ସୁଖସମ୍ପତ୍ତି ଲାଭ ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଟିମ୍ ୱାର୍କ, ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ନୂଆ କାମ ନୂଆ ପ୍ରେରଣା ଦେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଆୟ ଉପାର୍ଜନ ମଧ୍ୟମ ଧରଣର ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇପାରେ। କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ। ରାଜନୀତିରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ।ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ କରିବାରେ ସହଜ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ଧନୁ:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ଆର୍ଥିକସ୍ଥିତି ସୁଦୃଢ଼ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖାଦେବ। ନୂତନ ସମ୍ପତ୍ତି କ୍ରୟ କରିବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମୀନ:-କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଭାଗୀଦାରି ବ୍ୟବସାୟରେ ଲାଭବାନ ହେବେ କିନ୍ତୁ କାହାରିକୁ ବିଶ୍ୱାସ ଭରସା ନକରିବା ଉଚିତ୍। ନିଜ ପରିଶ୍ରମ ଓ ବୁଦ୍ଧି ବଳରେ ଆୟର ସ୍ରୋତକୁ ବୃଦ୍ଧି କରିପାରିବେ। ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ପାରିବାରିକ, ଜମିବାଡ଼ି ସଂକ୍ରାନ୍ତୀୟ, ଧନସମ୍ପତ୍ତି ଏବଂ ଆତ୍ମୀୟ ଶତ୍ରୁତା ସହ ବ୍ୟତିବ୍ୟସ୍ତ ରହିବେ। ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ