ଦୈନିକ ରାଶିଫଳ: 14 ଡିସେମ୍ବର 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ସଫଳତା ମିଳିବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତିର ସୂଚନା ପାଇ ମନ ଆନନ୍ଦ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ବ୍ୟବସାୟିକ କ୍ଷେତ୍ରରେ ଆୟରସ୍ରୋତ ଖୋଲିଯିବା ସହ ଧନମାନ ଦିଗରୁ ସୁରକ୍ଷିତ ରହିବେ ଓ ମାନସିକଶାନ୍ତି ମିଳିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ସିଂହ:-ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଉନ୍ନତିମୂଳକ ପଦକ୍ଷେପ ନେଲେ ଯଶମାନ ପ୍ରତିଷ୍ଠା ମିଳିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ସାମାଜସେବା କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ସହ ଆନନ୍ଦମୟ ମୁହୂର୍ତ୍ତ କଟିବ। କର୍ମକ୍ଷେତ୍ରରେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ ଓ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଅଧ୍ୟୟନ, ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଆକସ୍ମିକ ଅର୍ଥଲାଭ ଓ ସୁନାମ ପ୍ରାପ୍ତି ହେବ। ବନ୍ଧୁଙ୍କ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସମାଜ ସେବାରେ ପ୍ରଶଂସିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରି ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!