ମେଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପରିବାରରେ ମାନ ମନାନ୍ତର ଦୂର ହେବ। ରାଜନୀତି କ୍ଷେତ୍ରରେ ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସମାଜସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ମାନସିକ ଅଶାନ୍ତି ଦୂର ହେବ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସୁସମ୍ପର୍କ ରହିବ। ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେଲେ ଦୃଢୀଭୂତ ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ଶତୃ ଓ ବିରୋଧୀମାନେ ଦୂରେଇଯିବେ। ଉପଯୁକ୍ତ ସୁଯୋଗ ପାଇବା ଫଳରେ ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ବନ୍ଧୁଙ୍କ ସହଯୋଗରେ ପଇସା ମିଳିବାର ସୂଚନା ମିଳିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କର୍କଟ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପାରିବାରିକ ସୁଖ ଶାନ୍ତି ମିଳିବ। ଦାମ୍ପତ୍ୟ ସମ୍ବନ୍ଧୀୟ ମଧୁରତା ଆସିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ଶତୃନାଶ, ଋଣନାଶ ଓ ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ସମାଧାନ ହେବ। ନୂତନ କାର୍ଯ୍ୟରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରର କେତେକ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବା ସହ ପରିସ୍ଥିତି ବଦଳିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ହସଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ଶୁଭ ସମ୍ବାଦ ପାଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ଧନୁ:-ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ପାରିବାରିକ ସମସ୍ୟା ସୁଧୁରି ଯିବ। ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। ବ୍ୟବସାୟରେ ଜବରଦସ୍ତି ଉନ୍ନତି ସହ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମକର:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବିରାଜମାନ କରିବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରି ପ୍ରଶଂସିତ ହେବେ। ଉଚ୍ଚ ଶିକ୍ଷା ଲାଭ ପାଇଁ ଓ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମୀନ:-ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଛାତ୍ର-ଛାତ୍ରୀମାନେ ସାକ୍ଷାତକାର ପାଇଁ ଦୂରଯାତ୍ରା କରି ପାରନ୍ତି। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ନୂତନ କର୍ମ ନିଯୁକ୍ତି ପାଇବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।