ଦୈନିକ ରାଶିଫଳ: 14 ନଭେମ୍ବର 2023, ମଙ୍ଗଳବାର, ମା’ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବା ସହ ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହୋଇପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଧନ ପାଇବାର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।

ମିଥୁନ:-ଋଣ ଭରଣା ପାଇଁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ମାନସିକ ଏକାଗ୍ରତା ବଜାୟ ରହିବ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନ ମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତିହେବା ସହ ଲାଭବାନ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।

ସିଂହ:-ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ନିରାଶା ଦୂର ହେବ ଏବଂ ସ୍ଥିତି ସାମାନ୍ୟ ବଦଳିଯିବ। ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ। ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଓ ଲାଭର ମାର୍ଗ ପ୍ରଶସ୍ଥ ହେବ। ଋଣରୁ ମୁକ୍ତି ମିଳିବ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ପରୀକ୍ଷାରେ ଆଶା ମୁତାବକ ଫଳ ପାଇ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ। ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯାଇ କରଜର ମାତ୍ରା ହ୍ରାସପାଇବା ଫଳରେ ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଆୟ ଅଧିକ ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ସହକର୍ମୀମାନେ ସହଯୋଗ କରବେ। ଶ୍ରମିକମାନେ ବେଶି ଉପକୃତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଦୂରଯାତ୍ରା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବାଦବିବାଦର ସମାଧାନ ହୋଇ ପାରେ। ଉଚ୍ଚଆଶା ସଫଳ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ସାଂସାରିକ ଜୀବନ ସୁଖମୟ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କେତେକ କାର୍ଯ୍ୟ ଦୋଦୁଲ୍ୟମାନ ଅବସ୍ଥାରେ ରହିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ପାରିବାରିକ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବାର ଆଶା ପୂରଣ ହେବାର ରାସ୍ତା ଖୋଲିଯିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!