ଦୈନିକ ରାଶିଫଳ: 14 ନଭେମ୍ବର 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମ୍ପର୍କର ସଠିକ୍‌ ଉପଯୋଗ କରି ଫାଇନାସ୍‌ ସହିତ ଜଡିତ ମାମଲାକୁ ନେଇ ସମସ୍ୟାର ସମାଧାନ କରି ପାରିବେ। ପାଖ ପଡୋଶୀଙ୍କ ସଫଳତାରେ ମନ ଆନନ୍ଦିତ ହେବ। ସାମାଜିକ ସ୍ତରରେ ବ୍ୟବହାରକୁ ନେଇ ଲୋକ ସମ୍ପର୍କ ବୃଦ୍ଧି ପାଇବ। ସୃଜନାତ୍ମକ କ୍ଷମତାର ବିକାଶ ହେବ ଓ କର୍ମକ୍ଷେତ୍ରରେ ଆପଣଙ୍କର ସ୍ଥିତି ମଜବୁତ୍‌ ହେବ। ସନ୍ତାନମାନଙ୍କ କାର୍ଯ୍ୟକଳାପରେ ଗର୍ବ ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସାଥିଙ୍କ ଆର୍ଥିକ ସହାୟତାରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଧାର୍ମିକ କ୍ଷେତ୍ରରୁ ପ୍ରେରଣା ପାଇ ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ବୃଦ୍ଧି ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ବକେୟା ଅର୍ଥ ଆଦାୟ ହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ଛାତ୍ର ଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହୋଇ ପାରେ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ।ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ଯାତ୍ରାରେ ସଫଳତା ଲାଭ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ। ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରି ପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ବା ପ୍ରଶଂସା ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଅନେକ ଦିଗରୁ ଖୁସି ମିଳିବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଗୃହପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଫଳରେ ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଧର୍ମକାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଆକସ୍ମିକ ଧନପ୍ରାପ୍ତି, ଆୟ ବଢାଇବା ପାଇଁ ଆପ୍ରାଣ ଚେଷ୍ଟା କରିବେ, ଶତ୍ରୁ ଓ ବିରୋଧୀମାନେ କିଛି ଅହିତ ସାଧନ କରି ପାରିବେ ନାହିଁ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଆପଣଙ୍କର ସବୁସ୍ୱପ୍ନ ସାକାର ହେବ। ବ୍ୟବସାୟୀମାନେ କାରବାର ଯେତିକି ହେଲେ ବି ତହିଁରେ ସଂସ୍ଥା ଚଳାଇ ପାରିବେ। ନିଜ ଲୋକମାନେ ଶତୃତା ଆଚରଣ କରିବେ ଓ ଚୌରଭୟ ଦେଖାଦେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶୁଭ ସଂବାଦ ପାଇ ଖୁସିହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ପାଇବେ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!