ମେଷ:-ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।
ମିଥୁନ:-ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ପିଲାମାନଙ୍କ ପାଠପଢା ନେଇ ଖୁସି ରହିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-କାର୍ଯ୍ୟ କ୍ଷେତ୍ରରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସହକର୍ମୀଙ୍କ ସହ ବାଦବିବାଦ ସୃଷ୍ଟି ହୋଇପାରେ କିନ୍ତୁ ସମାଧାନ ହୋଇଯିବ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ତୁଳା:-ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ ଓ ଆଶାତୀତ ଲାଭ ଫଳରେ ଉତ୍ସାହିତ ହେବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପରିବାରର ସଦସ୍ୟଙ୍କ ସହ ସମ୍ବନ୍ଧ ଦୃଢ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ରାଜନୈତିକ କ୍ଷେତ୍ରରେ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଯିବ। ଅତି ସହଜରେ ବାକିଥିବା ଅର୍ଥ ପାଇବେ। ପ୍ରତିକାର- ନାଲି ରୁମାଲଟିଏ ପାଖରେ ରଖନ୍ତୁ।
ଧନୁ:-କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ।ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ଉନ୍ନତିମୂଳକ ପଦକ୍ଷେପ ନେଲେ ଯଶମାନ ପ୍ରତିଷ୍ଠା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ନିଜର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବା ସହ ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ଶତୃମାନେ ଦୂରେଇ ଯିବେ। କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।