ମେଷ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ରାଜନୀତିରେ ପ୍ରଶଂସିତ ହେବେ। ଯେ କୌଣସି ବିଷୟରେ ଆଲୋଚନା କରିବେ ଏକ ତରଫା ମତ ପ୍ରଦାନ କରିବା ଦ୍ଵାରା କିଛି କ୍ଷତି ହୋଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସରକାରୀ ସାହାଯ୍ୟ ମିଳିବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ ଓ ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରତିକୂଳ ପରିସ୍ଥିତି ଦୂରେଇଯାଇ ଆର୍ଥିକ ସହାୟତାରେ ମନ ଖୁସି ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ସାଙ୍ଗମାନଙ୍କ ସାହାଯ୍ୟରେ, ଆପଣଙ୍କର ସମସ୍ତ କାର୍ଯ୍ୟ ସହଜ ସରଳରେ ସମାପ୍ତ କରିପାରିବେ। ଜୀବନ ସାଥୀଙ୍କ ପରାମର୍ଶରେ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ବ୍ୟକ୍ତିଗତ ଜୀବନରେ ଅନ୍ୟ ବ୍ୟକ୍ତିଙ୍କ ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସୁବିଧା ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ସହ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।
କନ୍ୟା:-ସାନ ଭାଇ ଭଉଣୀଙ୍କ ଠାରୁ ଲାଭ ପାଇବେ ଓ ପରିବାରରେ ମାନ ମନାନ୍ତର ଦୂର ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ବ୍ୟବସାୟୀରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ଧ୍ୟାନ ଓ ମେଡିଟେସନ ପାଇଁ ସମୟ ଦେବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ସାଙ୍ଗମାନଙ୍କ ସହିତ ସପିଂକୁ ଯାଇ ପାରନ୍ତି। ସୃଜନଶୀଳ ସାମର୍ଥ୍ୟର ଭଲ ବ୍ୟବହାର କରିବା ଫଳରେ ପାରିବାରିକ ଅଶାନ୍ତି ଦୂର ହେବ। ବ୍ୟବସାୟ ଦୃଷ୍ଟିକୋଣରୁ ଆପଣ ବହୁତ ଲାଭବାନ ହେବେ। ଜଟିଳ ସମସ୍ୟାର ସମାଧାନ ବାଟ ଖୋଜିବାରେ ଆପଣ ସଫଳତା ପାଇବେ। କାର୍ଯ୍ୟାଳୟରେ କିଛି ଦିନ ଧରି ଚାଲିଆସୁଥିବା ଚାପଗ୍ରସ୍ତ ପରିସ୍ଥିତି ସ୍ୱାଭାବିକ ହୋଇଯିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ଶାରୀରିକ ଏବଂ ମାନସିକ ସ୍ତରରେ ବହୁତ ସକ୍ରିୟ ହୋଇ ଆୟର ନୂତନ ଉତ୍ସ ବିକାଶ ହୋଇପାରେ। କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତିଭା ବିକଶିତ ହେବା ଫଳରେ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରର ଅଗ୍ରଗତି ବିଷୟରେ ଉତ୍ସାହିତ ହେବେ। ପ୍ରଭାବଶାଳୀ ବ୍ୟକ୍ତିତ୍ୱ ସମସ୍ତଙ୍କ ପାଇଁ ଏକ ଉଦାହରଣ ଭାବରେ ଉଭା ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସମ୍ପର୍କୀୟ ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହେବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ପନ୍ଥା ଅନୁସରଣ କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି ସହ ଜଡିତ ଲୋକଙ୍କ ପାଇଁ ଦିନଟି ବହୁତ ଭଲରେ କଟିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମୀନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।