ଦୈନିକ ରାଶିଫଳ: 14 ମଇ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି କଷ୍ଟ ଅନୁଭବ କରି ପାରନ୍ତି। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ଠିକ୍ ରହିବ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ସିଂହ:-ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟ ଠିକ୍ ରହିବାସହ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହବାସହ ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂତନ ବ୍ୟବସାୟ ଆରମ୍ଭ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟ ଦାୟକ ହେବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ।

ତୁଳା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଗୃହ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ ଓ ଆକସ୍ମିକ ଧନ ଲାଭ ହେବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ନିଜର ରଚନାତ୍ମକ କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ। ପରିବାରରେ କଳହ ମେଣ୍ଟିଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କୌଣସି ବରିଷ୍ଠ ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି। ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ।ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବା ଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ପରିବାରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କାର୍ଯ୍ୟ କ୍ଷେତ୍ରରେ ଗୁରୁଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରି ପାରନ୍ତି। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟରେ ସୁଧାର ଆସିବାସହ ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସୁନ୍ଦର ଗୃହ, ଗାଡି, ବାଡି ବଗିଚାର ଯୋଜନା କରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ଆୟବୃଦ୍ଧି ହେବା ଫଳରେ ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଶତୃମାନେ ଦୂରେଇଯିବେ ଓ କର୍ମକ୍ଷେତ୍ରରେ ପଦୋନ୍ନତିସହ ସୁଖସମ୍ପତ୍ତି ଲାଭ ହେବ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!