ମେଷ:-ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି ହେବା ସହ ସନ୍ତାନଙ୍କ ଶୁଭ ଖବର ପାଇ ଖୁସି ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ଅନେକ ସମସ୍ୟାର ସମାଧାନ କରି ପାରିବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ମିଥୁନ:-ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବିରାଜମାନ କରିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ବାଣିଜ୍ୟରେ ସୁଫଳ ପ୍ରାପ୍ତିହେବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ ଓ ସ୍ଵାସ୍ଥ୍ୟହାନିର ମଧ୍ୟ ଆଶଙ୍କା ରହିଛି। ସନ୍ତାନଙ୍କ ଠାରୁ ମାନସିକ ଚିନ୍ତା ଦେଖାଦେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ତୀର୍ଥାଟନ ଯୋଗ ଥିବାରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ଶିଳ୍ପବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। କର୍ମକ୍ଷେତ୍ରରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ତୁଳା:-ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଶୁଭ କାମ କରି ପ୍ରଶଂସିତ ହେବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ସଭାସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ଧନୁ:-କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ କଠିନ ପରିଶ୍ରମ କରି ପୁରଣ କରି ପାରନ୍ତି। କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମକର:-ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟରେ ପ୍ରଚୁର ଲାଭ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ସାମାଜିକ ପତିଆରା ଅମଳିନ ରହିବ। କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ।ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ରାଜନୀତି ମାମଲାରେ ସଫଳତା ମିଳିବ। ପରିବାରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ପରିସ୍ଥିତି ବଦଳିଯିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ବା ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କୋର୍ଟ କଚେରୀ ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ମୀନ:-ବ୍ୟାପାର କାରବାରରେ ଅଟକି ଥିବା ଅର୍ଥ ମିଳିଯିବା ଫଳରେ ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।