ଦୈନିକ ରାଶିଫଳ: 14 ମାର୍ଚ୍ଚ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକା ମାନେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଅନାବଶ୍ୟକ ଖର୍ଚ୍ଚ ଯୋଗେ ବ୍ୟଥିତ ହେବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ। ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଲାଗି ରହିବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

କର୍କଟ:-ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଅଚାନକ ଧନ ପ୍ରାପ୍ତି ହୋଇ ସ୍ଥଗିତଥିବା କର୍ମଟି ପୂରଣ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ଦୂରଯାତ୍ରାରେ ସଫଳତା ପାଇବେ ଓ ପ୍ରିୟଜନଙ୍କ ସହ ମିଳନ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ଅଟକିଥିବା କାର୍ଯ୍ୟ ଚାଲୁ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ ଓ ଶତ୍ରୁମାନେ ମଥାନତ କରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଦୁଃଶ୍ଚିନ୍ତା ଦୂର ହେବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ବିଦ୍ୟାରେ ଉନ୍ନତିହେବା ସହ ଆଶାଜନକ ଫଳ ପ୍ରାପ୍ତିହେବ। ଯାତ୍ରାଫଳରେ ଉତ୍ସାହିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:-ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ମନଯୋଗ ଦେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟାର ସମାଧାନ ହୋଇ ପାରେ। ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। କିନ୍ତୁ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସହକର୍ମୀ ମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟ କ୍ଷେତ୍ରରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଲାଭବାନ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିଯିବ। ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତିକୁ ସମାଧାନ କରି କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ରାଜନୈତିକ କ୍ଷେତ୍ରରେ ନିଜର ଏକ ବାହ୍ୟରୂପ ଧାରଣ କରିବା ସହିତ ବିଜ୍ଞତାର ସହିତ ପରିସ୍ତିତିର ସମ୍ମୁଖୀନ ହେବା ଶ୍ରେୟସ୍କର ହେବ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଶତୃମାନେ ମିତ୍ରଭାବ ଆଚରଣ କରିବେ। ଆର୍ଥିକ ଦିଗରୁ ସୁବିଧା ହେବା ସହ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମଚାରୀ ମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମସ୍ତ କାର୍ଯ୍ୟରେ ସଫଳତା ପାଇବାସହ ଆକସ୍ମିକଧନ ପ୍ରାପ୍ତି ହେବ। ବ୍ୟବସାୟରେ ସଫଳତା, ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ନୂତନ କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!