ଦୈନିକ ରାଶିଫଳ: 14 ସେପ୍ଟେମ୍ବର 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ। ଛାତ୍ର ଛାତ୍ରୀ ମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ନିକଟ ସମ୍ପର୍କୀୟମାନଙ୍କ ଶୁଭକାମନା ଓ ସାହାଯ୍ୟ କାରୀ ମନୋବୃତ୍ତି ମନକୁ ଖୁସି କରି ପାରେ। ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ। ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ। ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ ଓ ଅଭିଳଷିତ ଜିନିଷ ପାଇବେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଚେଷ୍ଟା କଲେ ଜମି, ଜମା ବିବାଦ ମେଣ୍ଟି ଯିବ ଓ ଆକସ୍ମିକ ଧନଲାଭ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ନୂତନ କର୍ମାରମ୍ଭ ହେତୁ ନୂଆ ଉତ୍ସାହ ନେଇ କାମ କରିବେ। ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ। ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ଦୂରଯାତ୍ରାରେ ସଫଳତା ମିଳିବାସହ ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଅଫିସ୍ ରେ କିମ୍ବା କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇ ପାରନ୍ତି। ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଯାହାକି ସାମୟିକ ଚିନ୍ତା ଉଦ୍ରେକ କରିପାରେ। ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ। ଘରର ବରାଦ ମୁତାବକ କୌରସି ବିଳାସ ଉପକରଣ କିଣିପାରନ୍ତି। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ଓ ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି। ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ। ବ୍ୟବସାୟରେ ପ୍ରସାର, ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ପଡିପାରେ। ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରି ପାରନ୍ତି। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ମାନସିକ ସ୍ଥିତି ଭଲ ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ। କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ନିକଟ ସମ୍ପର୍କୀୟ ମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ। ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶାରୀରିକ ସୁସ୍ଥତା ଫେରିଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ନିକଟ ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ମେଣ୍ଟିଯିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଶିଳ୍ପବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ପରିବହନ ବ୍ୟବସାୟ, ଗବେଷଣା, ଯୋଗାଯୋଗ ସକାଶେ ଦିନଟି ବହତୁ ଭଲ। ନିର୍ମାଣ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। କିନ୍ତୁ ମାନସିକ ଚାପ ବୃଦ୍ଧି ପାଇବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରବନ୍ଧୁଙ୍କ ସୌଜନ୍ୟମୂଳକ ସାକ୍ଷାତ ଲାଭକରି ଖୁସୀହେବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ହୋଇ ଯିବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟ ଭଲ ରହିବାସହ ଆକସ୍ମିକ ଅର୍ଥଲାଭ ହେବ। ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଆର୍ଥିକ ସଙ୍କଟ ଦୂରେଇ ଯାଇ ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ଗୃହବାହନ ପ୍ରାପ୍ତି ହୋଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!