ମେଷ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବ୍ୟବସାୟମାନେ ଅଧିକ ଲାଭ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରେମିକ ପ୍ରେମିକା ମାନେ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି କରିବେ। ବନ୍ଧୁଙ୍କ ଆଗମନ ହେବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରନ୍ତୁ ନାହିଁ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କର୍କଟ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଗୃହୋପକରଣ କ୍ରୟ କରିବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ସିଂହ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବାକଷ୍ଟ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥାସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସରକାରୀ କ୍ଷେତ୍ରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପରିସ୍ଥିତି ଉପରେ କ୍ରୋଧିତ ହେବା ପରିବର୍ତ୍ତେ, ଶାନ୍ତ ଭାବରେ ଏହାର ମୁକାବିଲା କରନ୍ତୁ। ସମ୍ପର୍କୀୟଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ପଡିପାରେ। ବ୍ୟବସାୟୀମାନେ କଠିନ ପରିଶ୍ରମ କରିବା ଫଳରେ ବିଶେଷ ଲାଭ ପାଇବେ। ପିଲାମାନଙ୍କ କାର୍ଯ୍ୟକଳାପ ଉପରେ ନଜର ରଖି ଖୁସିହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଆୟ ଉପାର୍ଜନ ବୃଦ୍ଧି ହେବ। ଦୂରଯାତ୍ରାରେ ସଫଳ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ରାଜନୀତିରେ ଉପରିସ୍ଥ କର୍ମୀଙ୍କ ଶ୍ରଦ୍ଧା ବା ପ୍ରିୟଭାଜନ ହେବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପ୍ରତିକାର- ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ
ଧନୁ:-ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମକର:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କୁମ୍ଭ:-ରାଜନୀତିରେ ସଫଳତା ମିଳିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ। ବନ୍ଧୁ ବାନ୍ଧବ ଓ ଶୁଭେଚ୍ଛୁମାନେ ସାହାଯ୍ୟ ସହଯୋଗ କରିବେ। ବିଚକ୍ଷଣ ଚିନ୍ତାଧାରାକୁ ପ୍ରୟୋଗ କରି ଜୀବନର କିଛି ତିକ୍ତ ସତ୍ୟ ଅନୁଭୂତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ମସ୍ତକରେ ଧାରଣ କରନ୍ତୁ।