ଦୈନିକ ରାଶିଫଳ: 15 ଅକ୍ଟୋବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଘାକାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ପିଲାମାନଙ୍କ ଉନ୍ନତିରେ ପ୍ରସନ୍ନ ରହିବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସହ ସମ୍ପର୍କ ମଜବୁତ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଖୋଜୁଥିବା ଜିନିଷ ଆଜି ମିଳିଯିବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସତର୍କତା ଅବଲମ୍ବନ ନକଲେ ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବାପାଇଁ ଯୋଗାଯୋଗ କରିପାରନ୍ତି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଓ ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତି ହେବାର ସୂଚନା ପାଇବେ। ମାନସିକ ଅଶାନ୍ତି ଦୂର ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଆୟ ବୃଦ୍ଧି ହେବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ଆନନ୍ଦିତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ। ଅଧାଥିବା କାର୍ଯ୍ୟ ପୂରଣ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ଆୟବୃଦ୍ଧି, ଋଣମୁକ୍ତି, ଶତୃମାନେ ମଥାନତ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ନୂଆ ସମ୍ପର୍କରେ ଉନ୍ନତି ହେବା ସହ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ବ୍ୟବସାୟ କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ରାଜନୀତିରେ ସଫଳତା ମିଳିବ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହୋଇପାରେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!