ଦୈନିକ ରାଶିଫଳ: 15 ଅଗଷ୍ଟ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରୀରିକ ପୀଡ଼ା, ଅଶାନ୍ତି, ଆର୍ଥିକ ସଙ୍କଟ ଦୂରେଇ ଯାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ବିଦେଶ ଯାତ୍ରାରେ ଲାଭ ପାଇବେ ଓ କେତେକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବ। ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ ଓ ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ। ରାଜକୀୟ କାର୍ଯ୍ୟରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ବ୍ୟବସାୟରେ ସଫଳତା ପାଇବାସହ ନୂତନ କାରବାରରେ ବିଶେଷ ଲାଭବାନ ହେବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ଅନ୍ୟର ଉପକାରକରି ପ୍ରଶଂସିତ ହେବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। କାର୍ଯ୍ୟାଳୟରେ ଆପଣଙ୍କ ବିରୋଧରେ କେହି ଶତ୍ରୁ ଗୁପ୍ତ ଷଡଯନ୍ତ୍ର କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଶାରୀରିକ ପୀଡ଼ା, ମନରେ ଦୁଶ୍ଚିନ୍ତା ଓ ବନ୍ଧନ ଭୟ ଦୂରେଇ ଯିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ସିଂହ:-ସାଂସାରିକ ଜୀବନ ସୁଖମୟ ହେବ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ଉନ୍ନତି ହେବାସହ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରହାତରେ ଥିବା ଧନ ପାଇଯିବାସହ ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ କରି ପାରିବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନଯୋଗ ଦେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ସହ ବିଦ୍ୟାର୍ଥୀ ମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ ବଢିବ। ସକାରାତ୍ମକ ମନୋଭାବ ରହିବା ଫଳରେ ଯେ କୌଣସି କାର୍ଯ୍ୟରେ ସଫଳ ହେବେ। ନୂତନ ବ୍ୟବସାୟ ଦ୍ୱାରା ବିଶେଷ ଲାଭାନ୍ୱିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ପୁରାତନ ସମସ୍ୟାର ସମାଧାନ ହେବ। ଯଦି ଆପଣ ଏକ ନୂତନ ଚାକିରି ଖୋଜୁଛନ୍ତି ତେବେ ଆପଣ ସଫଳତା ପାଇବେ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।

ବିଚ୍ଛା:-ଧାର୍ମିକ କାର୍ଯ୍ୟରେ ମନ ବଳାଇ ଶାନ୍ତି ପାଇବେ। ବ୍ୟବସାୟିକ କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କଲେ ଉନ୍ନତିହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବିଦେଶ ଯାତ୍ରାରେ କଷ୍ଟ ପାଇବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାର ପାଳନ କରନ୍ତୁ। ଟେନ୍ସନ୍, ଡିପ୍ରେସନ୍ ଓ ବୈଚାରିକ ଅସ୍ଥିରତା ଭିତରେ ଗତି କରି ପାରନ୍ତି। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ କାର୍ଯ୍ୟ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଆୟ ଉପାର୍ଜନ ବୃଦ୍ଧି ହେବାସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ବ୍ୟବସାୟରେ ଉତ୍ତମ ଲାଭ ପାଇବା ସହ ରାଜନୀତି ମାମଲାରେ ସଫଳତା ମିଳିବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରି ପାରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବ୍ୟବସାୟରେ ମନ ଲଗେଇ କାମକଲେ ଭଲ ଲାଭପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଅଶାନ୍ତି ଦୂରେଇ ଯିବ। ଗ୍ୟାଷ୍ଟିକ ସମସ୍ୟା ଦେଖା ଦେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!