ଦୈନିକ ରାଶିଫଳ: 15 ଏପ୍ରିଲ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଶିକ୍ଷା କ୍ଷେତ୍ରରେ ମିତ୍ର ଓ ସହପାଠୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ରାଜନେତା ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ପ୍ରେମିକପ୍ରେମିକା ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସୁଯୋଗ ପାଇବା ଯୋଗେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ସାମାଜିକ କାମରେ ପ୍ରଶଂସା ମିଳିବ। କେତେକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ। ଲୋକଙ୍କ ସମ୍ପର୍କରେ ରହିବେ। ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ନୂତନ କାର୍ଯ୍ୟରେ ଉନ୍ନତି ହୋଇ ଋଣମୁକ୍ତି ପାଇଁ ରାସ୍ତା ଦେଖାଦେବ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଶତ୍ରୁମାନେ ମଥାନତ କରିବେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭବାନ ହେବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଦକ୍ଷତାକୁ କେନ୍ଦ୍ରକରି ବହୁତ ଲାଭ ଉଠାଇ ପାରିବେ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଧନଲାଭ ହେବାରୁ ଖୁସି ହେବେ। ସାମାଜିକ କାର୍ଯ୍ୟରେ ଯୋଗ ଦେଇ ଶୁଭ ସମ୍ବାଦ ପାଇବେ। ରାଜନେତାମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଶତୃମାନେ ପରାଜିତ ହେବା ସହ ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ବ୍ୟବସାୟୀକ ସ୍ଥିତି ସାମାନ୍ୟ ବଦଳିବା ସହ ମାନସିକ ଚିନ୍ତା ଦୂର ହେବ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର ଆଦିରେ ପ୍ରଶଂସା ମିଳିବ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ ନିଜକୁ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କରୁଥିବା ଈର୍ଷାପରାୟଣ ବ୍ୟକ୍ତିମାନେ ଲଜ୍ଜିତ ହେବେ। ରାଜନେତା ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ଲାଭର ପରିମାଣ ଅଧିକ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ପୂରଣ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶତୃମାନେ ପରାଜିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ଆତ୍ମୀୟ ସ୍ଵଜନଙ୍କ ପାଇଁ ଗୃହୋପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ଅନେକ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!