ଦୈନିକ ରାଶିଫଳ: 15 ଜାନୁୟାରୀ 2024, ସୋମବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ବ୍ୟବସାୟରେ ଆଶାତୀତ ଲାଭପାଇ ଲକ୍ଷ ହାସଲ କରିବାରେ ସମର୍ଥ ହେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ମନ ଖୁସି ରହିବ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ବନ୍ଧୁ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ବାଣିଜ୍ୟ ବ୍ୟାପାର ମାମଲାରେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବେସାହାରା ମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। କେତେକ କ୍ଷେତ୍ରରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସାମାଜିକ କଲ୍ୟାଣ କାମରେ ସହଯୋଗ କରି ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମକ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରି ପାରିବେ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳ, ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ପାରିବାରିକ ଦ୍ଵନ୍ଦର ଅବସାନ ଘଟି ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ଘଟଣାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ଦଇତ୍ଵ ବଢିଯିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!