ଦୈନିକ ରାଶିଫଳ: 15 ଜାନୁୟାରୀ 2025, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ବୃଦ୍ଧିପାଇ ସଫଳତା ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ବ୍ୟାପାରରେ ପ୍ରଚୁର ଲାଭ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ନିଜର ସାମୁଦାୟିକ ମାମଲା ଓ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ଭିତରକୁ ଟାଣି ହୋଇ ଯିବେ ଯାହା ଫଳରେ କାର୍ଯ୍ୟ ବିଗିଡ଼ି ଯିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବ୍ୟବସାୟୀମାନେ ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ ପରାମର୍ଶଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବା ସହ ସମୟ ଯୋଗପ୍ରଦ ଥିବାରୁ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ।

ବିଚ୍ଛା:-ସରକାରୀ କାମରେ ସଫଳତା ମିଳିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପାର୍ଟି ବା ସମାରୋହ ରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ହେବା ସହ ଶତୃଙ୍କ ସହିତ ମୁକାବିଲା କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେଲେ ଆର୍ଥିକ ସଙ୍କଟ ଦୂର ହେବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିଯୋଗିତାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବଧା ଦୂରେଇ ଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହୋଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ। କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସହଯୋଗରେ ସମସ୍ତ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଆତ୍ମନିର୍ଭର ଶୀଳ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!