ଦୈନିକ ରାଶିଫଳ: 15 ଜୁନ୍ 2023, ଗୁରୁବାର, ମା’ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହେଲେ ମଧ୍ୟ ନିରାକରଣ ଓ ସମାଧାନ କରିପାରିବେ। ଜନସେବାରେ ନିଜକୁ ନିୟୋଜିତ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଶତୃନାଶ, ଋଣନାଶ ଓ କାର୍ଯ୍ୟ।ଳୟରେ ପରିଚାଳନାଗତ ସମସ୍ୟା ସମାଧାନ ହେବ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବ୍ୟବସାୟିକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବିଦେଶ ଯାତ୍ରା ଫଳରେ ଅଟକିଥିବା ଅର୍ଥ ପ୍ରାପ୍ତି ହେବ। ଅନେକ ସମସ୍ୟାର ସମାଧାନ ହୋଇ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତିହେବ। ରାଜନେତା ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ। ସନ୍ତାନ ମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ବ୍ୟବସାୟରେ ଆଶାତୀତ ଲାଭବାନ୍ ହେବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରବାସରେ କେତେକ କ୍ଷେତ୍ରରେ ଲାଭବାନ୍ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ। ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇ ଆର୍ଥିକସ୍ଥିତି ସୁଧୁରି ଯିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆୟ ବୃଦ୍ଧିହେବା ସହ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ପ୍ରତିକାର-ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ଅର୍ଥଲାଭର ମାର୍ଗ ଖୋଲି ଯିବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ନୂତନ ବନ୍ଧୁ ସୃଷ୍ଟି ହୋଇପାରିବେ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ବୃଦ୍ଧଲୋକ ମାନଙ୍କ ଆଶୀର୍ବାଦ ପାଇ କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ଆର୍ଥିକ, ପାରିବାରିକ ଏବଂ ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!