ମେଷ:-ନିଜର କାର୍ଯ୍ୟ ପ୍ରତି ଉତ୍ସର୍ଗୀକୃତ ହୋଇ ଅତ୍ୟଧିକ ଆତ୍ମବିଶ୍ୱାସ ଯୋଗେ ସମ୍ମାନ ପାଇବେ। ଆତ୍ମନିର୍ଭରଶୀଳ ହୋଇ ଅନେକ ସମସ୍ୟା ନିଜେ ସମାଧାନ କରିଦେବା ଫଳରେ ବନ୍ଧୁମାନେ ଆପଣଙ୍କ ଉପରେ ଖୁସିହେବେ। ଦାମ୍ପତ୍ୟ ଜୀବନର ଚାପ ଦୂର ହୋଇ ପରିବାରର ପରିବେଶ ସୁଖଦପୂର୍ଣ୍ଣ ରହିବ। ସହଭାଗୀତାରେ କୌଣସି ଏକ ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରିପାରନ୍ତି। ଧର୍ମ ପ୍ରତି ଆଗ୍ରହ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହରୁ ସୁଖମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। କାରବାରରେ ସ୍ଥିତି ଠିକ୍ ରହିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ବ୍ୟବସାୟରେ ପ୍ରବଳ ଧନଲାଭ ହେବ। ଜୀବନ ସାଥୀଙ୍କ ଠାରୁ ଭଲ ସମର୍ଥନ ପାଇବେ। ଅଫିସରେ ମାଲିକଙ୍କର ଆଚରଣ ଆପଣଙ୍କ ପ୍ରତି ଭଦ୍ରଭାବ ରହିବ। ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ। ପରିବାରରେ ସମୃଦ୍ଧତା ଓ ସନ୍ତୁଷ୍ଟିର ପରିବେଶ ରହିବ। ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାରର ପାଳନ କରନ୍ତୁ। ବିଦ୍ୟାର୍ଥୀ ମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ ବୃଦ୍ଧି ପାଇବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସ୍ୱାସ୍ଥ୍ୟରେ ଉନ୍ନତି ଓ ମାନସିକ ଶାନ୍ତି ପାଇବେ। ରିଅଲ ଇଷ୍ଟେଟରେ ଯତ୍ନର ସହିତ ବିନିଯୋଗ କଲେ ପ୍ରଚୁର ଲାଭ ପାଇବେ। ପୁରୁଣା ସାଙ୍ଗମାନଙ୍କ ସହ ଭେଟ ହେବା ଫଳରେ ଛାତ୍ର ଛାତ୍ରୀମାନେ ଅଧ୍ୟୟନ ପାଇଁ ଉତ୍ସାହିତ ହୋଇପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ। ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ବ୍ୟବସାୟ ପାଇଁଯାତ୍ରା କରିବାର ସମ୍ଭାବନା ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବ୍ୟବସାୟରେ ଆୟ ଅଧିକ ହେବ। ମାଆବାପାଙ୍କର ଆରାମର ଯତ୍ନ ନିଅନ୍ତୁ। ନିଜର ଭାବନାକୁ ପରିବାର ସଦସ୍ୟଙ୍କ ସହ ବାଣ୍ଟିବେ। ବିରୋଧୀମାନେ ଆପଣଙ୍କ ବିଷୟରେ ଗୁଜବ ପ୍ରଚାର କରିପାରନ୍ତି। ନିଜର ପ୍ରତିଦ୍ୱନ୍ଦୀଙ୍କୁ ହାଲୁକା ଭାବେ ଗ୍ରହଣ କରନ୍ତୁ ନାହିଁ। ଧର୍ମାନୁଷ୍ଠାନରୁ ପରାମର୍ଶ ପାଇ ପ୍ରେମ ପ୍ରସଙ୍ଗରେ ସମ୍ପୂର୍ଣ୍ଣ ଉତ୍ସର୍ଗ ସହିତ ସମ୍ମତି ମିଳିପାରିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-ପରିବାରର କୌଣସି ସଦସ୍ୟଙ୍କର ଉନ୍ନତିରେ ଆନନ୍ଦିତ ହେବେ। ମାନସିକ ଦୁଶ୍ଚିନ୍ତା ଦୁରାହୋଇ ଯିବ। ବାଦବିବାଦ, ମାଲିମକଦ୍ଦମା, ଅମିନ୍ ଜାମିନି ମଧ୍ୟସ୍ଥତା ଠାରୁ ଦୂରତା ରକ୍ଷାକରନ୍ତୁ। ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ କେତେକ କାର୍ଯ୍ୟ ଅଧାରେ ଅଟକି ଯିବ। ଟଙ୍କା ଦେବା ନେବା କାରବାର ବିଷୟରେ ସାବଧାନ ରହିବା ଉଚିତ୍। ନଚେତ୍ ଟଙ୍କା ଅଟକି ଯାଇ ପାରେ। ଯେ କୌଣସି ସ୍ଥାନରେ ବଡ଼ ଧରଣର ନିବେଶ କରନ୍ତୁ ନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-କଠିନ ପରିସ୍ଥିତିରେ ପ୍ରିୟଜନଙ୍କୁ ସାହାଯ୍ୟ କରିଥିବାରୁ ପ୍ରଶଂସିତ ହେବେ। କିଛି ସମ୍ପର୍କୀୟ ଆପଣଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ପାରନ୍ତି। ଜାଗାଜମି, ସମ୍ପତ୍ତିଆଦି କ୍ରୟ ବିକ୍ରୟରୁ ପ୍ରବଳ ଲାଭ ପାଇବେ। ପୁରୁଣା ସାଙ୍ଗମାନଙ୍କ ସହ ଭେଟହେବା ଫଳରେ ଅନେକ ପ୍ରକଳ୍ପ ଠିକ୍ ସମୟରେ ଶେଷ କରିବାର ଦୃଢତା ଆସିବ। ଅଫିସ୍ ରେ ଆପଣଙ୍କ ସିନିୟରମାନେ ଆପଣଙ୍କ ଉପରେ ସନ୍ତୁଷ୍ଟ ହେବା ସହ ଆପଣଙ୍କ କାର୍ଯ୍ୟକୁ ପ୍ରଶଂସା କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ଧନୁ:-ନୂତନ ଯାନ କିଣି ପାରିବେ ଓ ପୂଜାଅର୍ଚ୍ଚନାରେ ନିୟୋଜିତ ହେବେ। ଉଚ୍ଚପଦାଧିକାରୀଙ୍କ ସହ ଆପଣଙ୍କର ସମ୍ପର୍କ ଆନ୍ତରିକ ହେବ। ଆତ୍ମବିଶ୍ୱାସର ସହିତ କାର୍ଯ୍ୟ ଉପରେ ଧ୍ୟାନ ଦିଅନ୍ତୁ ଆପଣଙ୍କର କାର୍ଯ୍ୟ ସୁରୁଖୁରୁରେ ହୋଇଯିବ। ପରିବାର ସହିତ ମନୋରଞ୍ଜନ କାର୍ଯ୍ୟକ୍ରମ ଉପଭୋଗ କରିବେ। ଦୃଢସଂକଳ୍ପ ନେଇ ନୂତନ କାର୍ଯ୍ୟ ଆରମ୍ଭ କରିବାର ଯୋଜନା ପ୍ରସ୍ତୁତ କରି ପାରିବେ। ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମକର:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ସୁବକ୍ତା, ଜନପ୍ରିୟ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। କର୍ମକ୍ଷେତ୍ରରେ ସନ୍ତୋଷ ଲାଭ କରିବେ। ଉଧାର ଦେଇଥିବା ଟଙ୍କା ମିଳି ଯାଇ ପାରେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
କୁମ୍ଭ:-ସମସ୍ତ ଅଫିସ୍ କାର୍ଯ୍ୟ ସୁରୁଖୁରୁରେ ଚାଲିବ। ଜୀବନସାଥିଙ୍କ ସମର୍ଥନ ଆପଣଙ୍କ ଚିନ୍ତାକୁ ହ୍ରାସ କରିବ ଅନେକ କାର୍ଯ୍ୟ ସଫଳତାରେ ପରିପୂର୍ଣ୍ଣ ହେବ। ବନ୍ଧୁ ବାନ୍ଧବଙ୍କ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଅଂଶଗ୍ରହଣ କରିପାରନ୍ତି। ଅନ୍ୟମାନଙ୍କ ଚିନ୍ତାଧାରାକୁ ଗୁରୁତ୍ୱ ଦେବାକୁ ନିଶ୍ଚିତ ହୁଅନ୍ତୁ। ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ। ବିଳାସପୂର୍ଣ୍ଣ ସମ୍ବଳ ପାଇଁ ଟଙ୍କା ଖର୍ଚ୍ଚ କରିବେ ଓ ଆପଣଙ୍କୁ ଅନାବଶ୍ୟକ ଭ୍ରମଣରେ ଯିବାକୁ ପଡିପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମୀନ:-ନୂତନ ଦ୍ରବ୍ୟ କ୍ରୟ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆପଣଙ୍କର ଆର୍ଥିକ ଅବସ୍ଥା ଭଲ ରହିବ। ଜୀବନସାଥିଙ୍କ ସହିତ ସପିଂ କରିବାକୁ ଯାଇ ପାରନ୍ତି। ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବ୍ୟବସାୟରେ ଆଶା କରାଯାଉଥିବା ଠାରୁ ଆପଣ ଅଧିକ ଟଙ୍କା ପାଇବେ। ନୂତନ ଚିନ୍ତାଧାରା ଏବଂ କାର୍ଯ୍ୟ ଶୈଳୀର ପରାକାଷ୍ଠା ଯୋଗେ ବିଶେଷ ଲାଭ ପାଇବେ। ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।