ଦୈନିକ ରାଶିଫଳ: 15 ଜୁଲାଇ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ ବାଣିଜ୍ୟରେ ସୁଫଳ ପ୍ରାପ୍ତିହେବ। କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ ଓ ଦାମ୍ପତ୍ୟ ସୁଖରେ ଖୁସି ହେବେ। ପାଖ ପଡୋଶୀ ମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହୋଇ ପାରେ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମ ବିଶ୍ୱାସ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସନ୍ତାନର ଉଚ୍ଚଶିକ୍ଷା ପାଇଁ ଦୂରଯାତ୍ରା କରିପାରନ୍ତି। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ଗୃହରେ ଦୀର୍ଘଦିନର ବିବାଦୀୟ ସମସ୍ୟାରେ ସଫଳତା ମିଳିବ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ଅନେକ ଦିଗରୁ ଖୁସି ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିବାର ସୁଯୋଗ ପାଇବାସହ ନୂତନ କାର୍ଯ୍ୟରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବା ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ସୁଖୀହେବେ, ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ବସ୍ତ୍ରାଭୂଷଣ ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବା ସହ ଅଧାଥିବା କାର୍ଯ୍ୟ ପୂରଣ ହେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ଦ୍ରୁଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହୋଇ ଶରୀର ସୁସ୍ଥ ରହିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ଆବଶ୍ୟକ ସ୍ଥଳେ ସହଯୋଗ ମଧ୍ୟ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀ ମାନଙ୍କର ସହଯୋଗ ପାଇ ମନ ଖୁସୀ ରହିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଶାରିରୀକ ଅସୁସ୍ଥତା ଦୂରହୋଇ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ପାଇ ଉଚ୍ଚଆଶା ସଫଳ ହେବ। ନୂଆରୋଜଗାର ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପ୍ରତିକାର- ଦିବ୍ୟାଙ୍ଗଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଶରୀର ସୁସ୍ଥ ରହିବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳହେବା ସହ ଉଚ୍ଚ ପ୍ରଶଂସା ଲାଭ କରିବେ। ଇଲୋକ୍ଟ୍ରୋନିକ୍ସ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିପାରନ୍ତି। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!