ମେଷ:-ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇଯିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କରେ ଉନ୍ନତିହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ନଗଦ କାରବାରରେ ଲାଭପ୍ରଦ ହେବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ମାଲିକ ବା ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଟଙ୍କାର ଆବଶ୍ୟକତା ପୂରଣ ହୋଇପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ସେୟାର ବଜାରରେ ମୁନାଫା ମିଳିବ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ତୁଳା:- ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ଅଧିକ ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା, ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପରିବାରରେ ପୁରୁଣା ସମସ୍ୟାର ସମାଧାନ ହୋଇ ସୁଖଭୋଗ କରିବେ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କଠାରୁ ଆଶାତୀତ ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ବିଚ୍ଛା:-ଧର୍ମ କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଧନ ଲାଭ ହେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଗୃହୋପକରଣ କ୍ରୟକରି ପାରନ୍ତି। ବନ୍ଧୁ ପରିବାରଙ୍କ ସହ ମତାନ୍ତର ମେଣ୍ଟି ଯାଇପାରେ। ସାମାଜିକ ଉତ୍ସବରେ ଯୋଗ ଦେବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ଆର୍ଥିକ ଚିନ୍ତା ଦୁରହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ସାମାଜିକ କ୍ଷେତ୍ରରେ ମାନସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହୋଇ ପାରେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ମକର:-ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବା ସହ ଅଶାନ୍ତିର ଝଡ ଶାନ୍ତ ହେବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ଓ ସୁଖସମ୍ପତ୍ତି ଲାଭ ହେବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବା ଫଳରେ ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ କରିବା ପାଇଁ ସୁଯୋଗ ପାଇବେ। ଶରୀର ସୁସ୍ଥ ରହିବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ମୀନ:-ବ୍ୟବସାୟ କ୍ଷେତ୍ରରେ ଉତ୍ସାହିତ ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଶତୃଙ୍କ ସହିତ ମୁକାବିଲା କରିପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଜନ ସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କ୍ୟାରିୟରକୁ ନେଇ ଥିବା ସମସ୍ୟା ସମାଧାନ ହେବାର ସମ୍ଭାବନା ରହିଛି। ଦୈନିକ କାର୍ଯ୍ୟକୁ ଶୃଙ୍ଖଳିତ ରଖିବାକୁ ଚେଷ୍ଟା କରନ୍ତୁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।