ଦୈନିକ ରାଶିଫଳ: 15 ଡିସେମ୍ବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖା ଦେଇ ପାରେ। କାରବାରରେ ଉତ୍ଥାନ ପତ୍ତନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ସୃଷ୍ଟିହୋଇପାରେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପିଲାମାନଙ୍କ ପାଠପଢା ନେଇ ଖୁସି ରହିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ରାଜନୀତି କ୍ଷେତ୍ରରେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଉଚ୍ଚଅଧିକାରୀ କାମରେ ପ୍ରସନ୍ନ ରହିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ କାରବାରରେ ସୁଧାର ଆସି ଆଶାତୀତ ଲାଭ ପାଇବେ। ସ୍ଥଗିତଥିବା କର୍ମଟି ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ ଏବଂ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇ ପାରେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ବ୍ୟବସାୟ ସମ୍ବନ୍ଧିତ ଆର୍ଥିକ ସହାୟତା ପାଇ ପାରନ୍ତି। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଅଧିକ ଲାଭ ପାଇବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ତୁଳା:-ପାରିବାରିକ କାମକୁ ଶୃଙ୍ଖଳିତ କରିବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେଲେ ମଧ୍ୟ ଖର୍ଚ୍ଚ ଅଧିକ ହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ବାକ୍ୟ ସଂଯମତା ନ ରଖିଲେ ବିପଦରେ ପଡି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। କର୍ମ କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବାସହ ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତିରେ ପ୍ରଗତିର ପାଦକୁ ସାଧାରଣ ବର୍ଗୀୟ ଲୋକେ ଭିଡି ଧରିବେ। ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ରାଜନୈତିକ କ୍ଷେତ୍ରରେ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଯିବ। ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ ଓ ଆଶାତୀତ ଲାଭ ଫଳରେ ଉତ୍ସାହିତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରି ପାରନ୍ତି। ବାହ୍ୟ କ୍ଷେତ୍ରରେ ବିପଦରେ ପଡି ପାରନ୍ତି। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ ଓ ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!