ଦୈନିକ ରାଶିଫଳ: 15 ଡିସେମ୍ବର 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବିଦେଶ ଯାତ୍ରାରେ ଯଶଲାଭ, ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତିହେବ। ବ୍ୟବସାୟରେ ଗୁରୁ ଦାୟିତ୍ୱ ବହନ କରି, କଠିନ ପରିଶ୍ରମ କରିବାକୁ ପଡିବ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ। ଛାତ୍ରଛାତ୍ରୀମାନେ ଧୈର୍ଯ୍ୟଶୀଳ ହେବେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବା ସହ ଆର୍ଥିକ ଲାଭ ହେବ। ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସନ୍ତାନମାନଙ୍କର ଉନ୍ନତିରେ ଆନନ୍ଦିତ ହେବେ। ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ପନିପରିବା ଫସଲ ଆମଦାନୀରେ ଓ ବ୍ୟବସାୟରେ ଖୁସି ରହିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ମାଲିକଙ୍କ ପ୍ରତିକୃତଜ୍ଞତା ଜ୍ଞାପନ କରିବେ ଓ ପରୋପକାର କରି ପ୍ରଶଂସା ପାଇବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସନ୍ତାନଙ୍କର ଉନ୍ନତି ଖବର ପାଇ ମନ ଖୁସି ରହିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶୁଭ ସମାଚାର ପାଇ ଖୁସି ହେବେ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ଶତୃମାନେ ପରାଜିତ ହୋଇ ମିତ୍ରତାଭାବ ଆଚରଣ କରିବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବା ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ଶାରିରୀକ ଅସୁସ୍ଥତା ଦୂରହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭ ହୋଇପାରେ। ଅଧିକାରୀ କାମରେ ପ୍ରସନ୍ନ ରହିବା ଯୋଗେ କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ସମାଧାନ ହୋଇ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ପାରିବାରିକ କ୍ଷେତ୍ରରେ ଭୋଗବିଳାସରେ ସାମିଲ ହେବାକୁ ସୁଯୋଗ ପାଇବେ ଓ ଶାନ୍ତି ବିରାଜମାନ କରିବ। ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!