ଦୈନିକ ରାଶିଫଳ: 15 ଫେବୃୟାରି 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରିୟଜନଙ୍କସହ ମିଳନ ହେବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବା ସହ ଉତ୍ତରଦାୟିତ୍ୱ ବଢ଼ିଯିବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଗୃହୋପକରଣ କ୍ରୟ କରିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଯୋଗାଯୋଗ ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ସମାଜସେବା କାମରେ ପ୍ରଶଂସା ମିଳିବ। ଛାତ୍ରଛାତ୍ରୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ, କର୍ମକ୍ଷେତ୍ରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ। ପୂର୍ବରୁ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଅଟକିଥିବା କାର୍ଯ୍ୟ ସହଜରେ ପୂରଣ କରି ପାରିବେ। ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଉଚିତ୍ ପରାମର୍ଶ ପାଇ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଗୁରୁଜନଙ୍କ ସହମତିରେ ଆଗକୁ ବଢିପାରିବେ। ସରକାରୀ ଚାପ ପଡିଲେ ମଧ୍ୟ ଉଚ୍ଚଆଶା ସଫଳ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସରକାରୀ କାମରେ ସଫଳତା ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। କେତେକ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପାରିବାରିକ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହେଲେ ମଧ୍ୟ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ସୁଖ ଶାନ୍ତିରେ ଦିନଟି କାଟିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସାମାଜିକ କାର୍ଯ୍ୟରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଆଦର୍ଶବାଦୀ ହୋଇ ତଳସ୍ତରରେ ପ୍ରଶଂସିତ ହେବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ ମାନ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ବ୍ୟବସାୟୀମାନେ କାରବାର ଦିଗରୁ ସାମାନ୍ୟ ଲାଭବାନ୍ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଦାମ୍ପତ୍ୟ ସୁଖରେ ବାଧା ଓ ପ୍ରେମିକ ପ୍ରେମିକାମାନେ ନିନ୍ଦିତ ଅପମାନିତ ହୋଇପାରନ୍ତି। ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ରାଜନୀତିରେ ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବା ଫଳରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ସାମ୍ବାଦିକ ମାନେ ଶୁଭ ସମାଚାର ପାଇବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀ ହେବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!