ଦୈନିକ ରାଶିଫଳ: 15 ଫେବୃୟାରୀ 2025, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବା ସହ ଆକସ୍ମିକ ଧନ ପ୍ରାପ୍ତି ହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସା ବାଣୀ ଶୁଣିବେ। ପାରିବାରିକ ସମସ୍ୟା ସୁଧାରୀ ନେଇ ବରିଷ୍ଠ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ। ଧନ ଲାଭ ହେବାର ସମ୍ଭାବନା ଅଛି। ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ସମାଧାନ କରିପାରିବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ। ପ୍ରେମୀପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ପୁରାତନ ରୋଗରୁ ଉପଶମ ମିଳିବ। ଅଚାନକ ଭାବରେ ଧନ ଲାଭ ହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଅନେକ ଦିଗରୁ ଖୁସି ମିଳିବ। ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ବା ଶୁଭ ସନ୍ଦେଶ ପାଇ ମନ ଉତ୍ସୁକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଗୃହରେ ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ଅପୋଷ ସମାଧାନ ହେବେ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ। ଆକସ୍ମିକ ଭାବରେ ଟଙ୍କା ଖର୍ଚ୍ଚ କରିବାକୁ ପଡିପାରେ। ମଧୁମେହ ରୋଗୀମାନେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆପଣଙ୍କର ନକରାତ୍ମକ ଚିନ୍ତାଧାରା ରହିବ। ପ୍ରତିକାର- ଗୋମତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାକୁ ବିଚାର କରିବେ। ଜୀବନସାଥୀଙ୍କ ପ୍ରତି ସମ୍ମାନଭାବ ଜାଗୃତ ହେବା ଫଳରେ ପରିବାରରେ ସୁଖ ମିଳିବ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ଠାରୁ କାମ ସାରିବାକୁ ନିଜେ ପରିଶ୍ରମ କରିବାକୁ ପଡିବ। ଭବିଷ୍ୟତକୁ ନେଇ କାଳ୍ପନିକ ଚିନ୍ତା ଧାରାରେ ରହିବେ। ଯୋଜନା ଅନୁଯାଇ କାର୍ଯ୍ୟ କରିବାକୁ ଚେଷ୍ଟା କରନ୍ତୁ। ସନ୍ତାନଙ୍କର କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ମିଳିବା ଯୋଗେ ଆପଣ ଗର୍ବ ଅନୁଭବ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଇଛାଶକ୍ତି ବଳରେ ଅନେକ ଭଲ ସୁଯୋଗର ଲାଭ ଉଠାଇ ପାରିବେ। ବିଦ୍ୟାର୍ଥୀମାନେ ଶିକ୍ଷକମାନଙ୍କ ଠାରୁ ବିଶେଷ ମାର୍ଗଦର୍ଶନ ପାଇବେ। ସାଧାରଣ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଚେଷ୍ଟା କରିବେ। ପିଲାଦିନର ସାଙ୍ଗମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇପାରିବେ। ଜୀବନସାଥୀଙ୍କ ସହିତ ସମ୍ପର୍କ ମଧୁର ହେବ। ଅଧିକ ଓଭରଟାଇମ କାମ କରିବାକୁ ପଡିପାରେ। ନିଜର କାର୍ଯ୍ୟର ଗୁଣବତାକୁ ବଢାଇବାକୁ ଚେଷ୍ଟା କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସକାରାତ୍ମକ ଚିନ୍ତାଧାରା ମନରେ ଜନ୍ମ ହେବା ଫଳରେ ବିଦ୍ୟାର୍ଥୀମାନେ ଅଧ୍ୟୟନ ପ୍ରତି ଧ୍ୟାନ ଦେବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ଅଛି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। କର୍ମକ୍ଷେତ୍ରରେ ବିରୋଧୀଙ୍କ ଉପରେ ପ୍ରଭାବ ରହିବା ଫଳରେ ଉଚ୍ଚଧିକାରୀଙ୍କ ଠାରୁ ସମ୍ମାନ ପାଇବେ। ଘରଠାରୁ ଦୂରରେ ରହି କାମ କରୁଥିବା ଲୋକମାନଙ୍କର ଆବେଦନ ଗୁଡିକ ମାଲିକ ମାନେ ସ୍ଵୀକାର କରିବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ସାଙ୍ଗମାନଙ୍କ ଠାରୁ ଉପହାର ପାଇବାର ସମ୍ଭାବନା ଅଛି। ଶୁଭ ସମାଚାର ଶୁଣିବାକୁ ମିଳିବ। ପରିବାର ସହିତ ଯାତ୍ରା କରିବାକୁ ଯୋଜନା କରିବେ। ବିଦ୍ୟାର୍ଥୀମାନଙ୍କର ଉଚ୍ଚ ଶିକ୍ଷାରେ ବାଧା ଦୂର ହେବ। ଆମଦାନୀ ରପ୍ତାନି ବ୍ୟବସାୟ ବିଶେଷ ଲାଭଦାୟକ ହେବ। ପୂର୍ବରୁ କରିଥିବା ପରିଶ୍ରମର ଫଳ ଅବଶ୍ୟ ମିଳିବ। ନିଜର ନୈତିକ ମୂଲ୍ୟବୋଧ ହେତୁ ସମ୍ମାନ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ସକାରାତ୍ମକ ଚିନ୍ତାଧାରା ଯୋଗେ ପ୍ରଶଂସା ପାଇବେ।ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଶତୃମାନେ ପରାଜିତ ହେବେ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧିହେବା ସହ କର୍ମୋନ୍ନତି ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ। ନୂତନ ବାହନଆଦି କ୍ରୟ କରି ପାରନ୍ତି। ପୁରୁଣା ରୋଗ ସମସ୍ୟାରୁ ମୁକ୍ତି ମିଳିବା ସହ ମାନସିକ ଅଶାନ୍ତି ଦୂର ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନମ ଅର୍ଜନ କରିବେ। ଅନେକ ଅସୁବିଧା ଥିଲେ ମଧ୍ୟ ସନ୍ତାନ ଓ ଜୀବନସାଥିଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-କିଛି ଲୋକମାନେ ଆପଣଙ୍କ ନିକଟତର ହେବାକୁ ଚେଷ୍ଟା କରିବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଗୃହରେ ଭାତୃବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ନିଜ ମନକୁ ସଂଯମ ରଖନ୍ତୁ। ଦାମୀ ଜିନିଷ କିଣିବା ହେତୁ ଟଙ୍କାର ଅଭାବ ହୋଇପାରେ। ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!