ମେଷ:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଓ ସୁଖସୌଭାଗ୍ୟ ବୃଦ୍ଧି ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇ ସନ୍ତାନଙ୍କର ସୁସମ୍ବାଦ ପାଇ ଆନନ୍ଦିତ ହେବେ। ନିଶ୍ଚିତ ଆୟ ଉପାର୍ଜ୍ଜନ ବୃଦ୍ଧିହେବା ଫଳରେ ଅଭାବ ଅନାଟନ ଦୂରେଇ ଯିବ। ରାଜନୈତିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ଦୂରଯାତ୍ରାର ସୁଯୋଗ ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବାସହ ନୂତନ ସଂସ୍ଥାର ଆୟୋଜନ କରି ପାରନ୍ତି। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କର୍କଟ:-କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାମରେ ପ୍ରଶଂସା ମିଳିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରି ମାନସିକ ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କର୍ମକ୍ଷେତ୍ରରେ ଆଗେଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ବନ୍ଧୁ ମିତ୍ରଙ୍କର ସମ୍ପୂର୍ଣ୍ଣ ସହଯୋଗ ପାଇ ଶାନ୍ତିଭାବରେ କାମ ପୂରଣ ହେବ। ସମାଜ ସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବାସହ କୌଣସି ନୂତନ କର୍ମର ଆୟୋଜନ କରିପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ତୁଳା:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଜୀବନସାଥୀଙ୍କ ଇଛାକୁ ସମ୍ମାନ ଦେଇ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା କରିବା ଠିକ୍ ହେବ ନାହିଁ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଶରୀର ଭଲ ରହିବା ଯୋଗେ ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ସମସ୍ୟା ସମାଧାନ ହେବ। ବ୍ୟବସାୟୀ ମାନେ ସ୍ଥଳବିଶେଷରେ ବିନାପରିଶ୍ରମରେ ଅଧିକ ଲାଭବାନ ହେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବାସହ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମକର:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ରାଜନୀତିରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବାସହ ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଜୀବନସାଥୀଙ୍କ ଇଛାକୁ ସମ୍ମାନ ଦେଇ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।