ଦୈନିକ ରାଶିଫଳ: 15 ମଇ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ବ୍ୟବସାୟ କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା କ୍ଷେତ୍ରରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଦିବ୍ୟାଙ୍ଗଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂତନ ବନ୍ଧୁ ସୃଷ୍ଟି ହୋଇପାରିବେ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ। ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ଆପଣଙ୍କୁ ଅସୁବିଧାରେ ପକାଇପାରେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ରାଜନୀତି କ୍ଷେତ୍ରରେ ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଦୂରଯାତ୍ରା କରି ମନ ଖୁସି ରହିବ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ପାଇ ଖୁସି ହେବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ବିକ୍ରୟ କରିବାର ସୁଯୋଗ ପାଇବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଶରୀର ସୁସ୍ଥ ରହିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।

ଧନୁ:-ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ କେତେକ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ଆକସ୍ମିକ ଅର୍ଥଲାଭହେବ। ଦୂରଯାତ୍ରାର ସୁଯୋଗ ପାଇବେ। ମାନସିକ ସୁସ୍ଥତା ଅନୁଭବ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:-ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ହେବ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ଋଣ ଭାରରୁ ମୁକ୍ତି ପାଇବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। କାର୍ଯ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ। ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!