ଦୈନିକ ରାଶିଫଳ: 15 ମାର୍ଚ୍ଚ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃମାନେ ପରାଜିତ ହେବେ। ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ରେ କୃତକାର୍ଯ୍ୟ ହେବେ। ବିରୋଧିମାନେ ଦୂରେଇ ଯିବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ସ୍ୱାସ୍ଥ୍ୟ, ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

ମିଥୁନ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ। କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ଋଣ ଭରଣା ପାଇଁ ଚେଷ୍ଟା କରିବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଜୀବି ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିକାର- ଘିଅ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ବ୍ୟବସାୟୀମାନେ ଅଧିକ ଲାଭ କରିବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବାସହ କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ପାରିବାରିକ ତିକ୍ତତା ଦୂରହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଗୃହୋପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-କର୍ମଚାରୀ ମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କୁମ୍ଭ:-କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ବଜାୟ ରଖୀ ପାରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ହାତ ପାହାନ୍ତାରେ ଥିବା ଧନ ଅଟକି ଯିବ। ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!