ଦୈନିକ ରାଶିଫଳ: 15 ମାର୍ଚ୍ଚ 2025, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃମାନେ ମଥାନତ କରିବେ। ସାମାଜିକ ପତିଆରା ଅମଳିନ ରହିବା ସହ ବକେୟା ଅର୍ଥ ଆଦାୟ ହେବ। ଅଧସ୍ତନ କର୍ମୀ ଓ ସହଯୋଗୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ।ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ। ପରିବାର କାର୍ଯ୍ୟରେ ରତହେବେ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରେମିକ ପ୍ରେମିକାମାନେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ। ବ୍ୟବସାୟରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇ ଭଲ ଲାଭ ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

କର୍କଟ:-ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଛାତ୍ର ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଫାଇଦା ପାଇବେ।ଋଣ ପରିଶୋଧରେ ସଫଳତା ମିଳିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ। ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟକ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ରାଜନୀତି କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ଫଳରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। କର୍ମକ୍ଷେତ୍ରରେ ସୁଯୋଗ ପାଇ କାମ କାର୍ଯ୍ୟର ଦାୟିତ୍ଵ ବଢିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ସାମାଜିକକ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରି ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂତନ ଗୃହ ନିର୍ମାଣ କରି ପାରିବେ। ବ୍ୟବସାୟ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ସାମାନ୍ୟ ଲାଭବାନ୍ ହେବେ। କର୍ମଜୀବିମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ଗତି କରିବେ। ବାଦବିବାଦ, ଖେଳକୁଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ଅଧିକ ପରିଶ୍ରମ ହେତୁ ଆଲର୍ଜି ସମସ୍ୟା ଦେଖାଦେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପରିବାରରେ ପ୍ରିୟପାତ୍ର ହୋଇ ସୁଖଭୋଗ କରିବେ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ। ଭାଗୀଦାରି ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ପ୍ରେମିକ ପ୍ରେମିକାମାନେ ହସଖୁସିରେ ସମୟ ବିତାଇବେ। ଆୟର ଗୁପ୍ତସ୍ରୋତ ଖୋଲିଯିବା ଫଳରେ ଉତ୍ସାହିତ ହେବେ। ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ଆତ୍ମବିଶ୍ଵାସ ଅତୁଟ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!