ଦୈନିକ ରାଶିଫଳ: 15 ସେପ୍ଟେମ୍ବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଦୂର ଯାତ୍ରାରେ ସଫଳତା ମିଳିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ଆର୍ଥିକ ମାମଲା ସୁଧୁରିବ। ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବ ନାହିଁ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ସ୍ଵାସ୍ଥ୍ୟରେ ଉନ୍ନତି ହେବାସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। କର୍ମକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବା ଭଳି ଦ୍ରବ୍ୟ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍। ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେଲେ ଭଲହେବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବାସହ ମାନସିକ ଶାନ୍ତି ପାଇବେ। ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ।ସ୍ଥଳବିଶେଷରେ ଅଧିକ ପରିଶ୍ରମ ବିନା ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ।ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।

ତୁଳା:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବନ୍ଧୁ ମିତ୍ରଙ୍କ ଆଗମନ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହପାଇଁ ଯୋଗାଯୋଗ ହୋଇଯିବ। ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଶାରୀରିକ କଷ୍ଟ ଭୋଗ କରିବାକୁ ପଡିପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। କାର୍ଯ୍ୟାଳୟରେ ଆଲୋଚନା ସରଗରମ ହୋଇପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବା ଫଳରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ରହିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!