ଦୈନିକ ରାଶିଫଳ: 15 ସେପ୍ଟେମ୍ବର 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ୍। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ।ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଦାମ୍ପତ୍ୟ କଳହର ଅବସାନ ଘଟିବ। ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀ ଓ ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦୂରେଇ ଯିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ।ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଆସିବାସହ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରିବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଆପଣା ଲୋକଙ୍କ ସାହାଯ୍ୟ ପାଇ କେତେକ ସମସ୍ୟା ସୁଧାରୀ ନେବେ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ସୁଖ୍ୟାତି ଲାଭ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:- ଶୁଭ ସମାଚାର ଶୁଣିବା ଫଳରେ ସ୍ଵାସ୍ଥ୍ୟରେ ଉନ୍ନତି ଓ ମାନସିକ ସ୍ଥିରତା ଦେଖାଦେବ। ନିଜର ଯୋଗ୍ୟତା ଓ କ୍ଷମତାର ସଦୁପୋଯୋଗ କରି ପ୍ରଶଂସା ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ଶୁଭକାର୍ଯ୍ୟର ଆୟୋଜନ କରିପାରିବେ। ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଅନେକ ସମସ୍ୟା ସମାଧାନ ହୋଇ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ମକର:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ। ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରି ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇ ହସ ଖୁସିରେ ଚଳିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗରେ ଯୋଗ ଦେଇ ପାରନ୍ତି। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇ ପାରେ। ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କଲେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!