ଦୈନିକ ରାଶିଫଳ: 15 ସେପ୍ଟେମ୍ବର 2025, ମହାଦେବଙ୍କ କୃପାରୁ ଏହି 4 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହଯୋଗୀଙ୍କର ପୂର୍ଣ୍ଣ ସହଯୋଗ ପାଇ ସରକାରୀ କ୍ଷେତ୍ରରେ ଉନ୍ନତି ହେବ। ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପତିପତ୍ନିଙ୍କ ମଧ୍ୟରେ ଥିବା ମନାନ୍ତର ମତାନ୍ତର ଦୂରେଇ ଯିବାସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପ୍ରଶଂସା ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଗୃହ, ଜମି ଓ ପାରିବାରିକ ସମସ୍ୟାରେ ପରିବର୍ତ୍ତନ ଆସିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍ଖୋର ଆଚରଣରୁ ଦୂରେଇ ରହିବା ଉଚିତ୍। ଭୁଲ ନିଷ୍ପତ୍ତିନେବା ଯୋଗେ ଆପଣଙ୍କ ଆଶା ଅନୁଯାୟୀ ଫଳାଫଳ ମିଳିବ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। କିନ୍ତୁ ଫୋନ୍ କିମ୍ବା ଗୁରୁତ୍ୱପୂର୍ଣ୍ଣ ଉପକରଣ ସହିତ କିଛି ସମସ୍ୟା ହୋଇପାରେ। ଆପଣ ଅନୁଭବ କରିବେ ଯେ ଲୋକମାନେ ଆପଣଙ୍କର ଭଲ ଆଚରଣର ଅନ୍ୟାୟ ସୁବିଧା ନେଉଛନ୍ତି। ମନକୁ ନିୟନ୍ତ୍ରଣ ନକଲେ ଅତ୍ୟଧିକ କାର୍ଯ୍ୟହେତୁ ଆପଣ ମାନସିକ ଚାପଗ୍ରସ୍ତ ହୋଇପାରନ୍ତି। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଯୋଗାଯୋଗର ବୃତ୍ତ ବହୁତ ପ୍ରଶସ୍ତ ହେବାସହ ଜୀବନଧାରଣ ମାନ ବୃଦ୍ଧି ପାଇବ। ପୁରୁଣା ଭୁଲ ଯୋଗୁ ମାନସିକ ଚାପ ବୃଦ୍ଧି ପାଇବ ଓ ଲୋକମାନେ ଆପଣଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରିପାରନ୍ତି। ହୋଟେଲ ବାସୀଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ପରିବାର ସଦସ୍ୟଙ୍କ ଯତ୍ନ ନେଲେ ପ୍ରତିକୂଳ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ। ସନ୍ତାନର ସୁଖବର ଶୁଣି ଖୁସିହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଦୂରସ୍ଥାନକୁ ଯାତ୍ରା ନକରିବା ଉଚିତ୍। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ି ପାରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଉତ୍ତମ ରୋଜଗାର ମିଳିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ହରାଇଥିବା ଧନ ପ୍ରାପ୍ତି ହେବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇବେ। ପାଠ ପଢ଼ାରେ ମନଯୋଗ ଦେଇ ଉଚ୍ଚ ବିଦ୍ୟା ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା ପାଇବେ। ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ। ମାନସିକ ଚିନ୍ତା ଦୂର ହେବ। ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସର ମାନେ ସନ୍ତୋଷ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସାଂସାରିକ ଜୀବନ ସୁଖମୟ ହେବା ସହ ପତି ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ମାନସିକ ସ୍ତରରେ ଅସ୍ଥିରତା ଅନୁଭବ କରିବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବ୍ୟବସାୟରେ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ