ଦୈନିକ ରାଶିଫଳ: 16 ଅକ୍ଟୋବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହୋଇପାରେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଆୟବୃଦ୍ଧି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ଫଳରେ ସନ୍ତୋଷ ଦେଖାଦେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ମାନସିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମ୍ମାନ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ। ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ଓ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସହକର୍ମୀଙ୍କ ସହ ବାଦବିବାଦର ସମାଧାନ ହୋଇ ଶାନ୍ତି ଉପୁଜିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରନ୍ତି। ଯାନ ବାହାନ ପ୍ରାପ୍ତି ହୋଇପାରେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ଓ ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ। ସମାଜ ସେବାରେ ସୁନାମ ଅର୍ଜନ କରିବେ ଓ ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ସମସ୍ୟା ଗୁଡ଼ିକ ଆପଣାଛାଏଁ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ପାରିବାରିକ ଜୀବନ ସୁଖରେ କଟିବ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ଆଜି ମିଳିଯିବ। ମାନସିକ ସୁସ୍ଥତା ଅନୁଭବ କରିବେ। ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସି ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ କଲ୍ୟାଣ କାର୍ଯ୍ୟରେ ଅପ୍ରତ୍ୟାଶିତ ଘଟଣା ଘଟିବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପାରିବାରିକ ସ୍ଥିତି ସାମାନ୍ୟ ବଦଳିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପାଇବେ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ସୁଖସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ। କିନ୍ତୁ ଟଙ୍କା ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶତ୍ରୁମାନେ ପରାଜିତ ହେବା ସହ ଅନେକ ଶୁଭକର୍ମର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କୋର୍ଟ-କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ବାସଗୃହ ଓ ଯାନବାହନ ନେଇ କେତେକ ସମସ୍ୟାର ସମାଧାନ ହୋଇ ଯିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

ମକର:-ଶାରୀରିକ ସୁସ୍ଥତା ଅନୁଭବ କରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚପ୍ରଶଂସିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ଉଚ୍ଚ ସମ୍ମାନ ପାଇ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆନନ୍ଦିତ ହେବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!